ଶିଶୁ ବାଟିକାରୁ ପ୍ରାଥମିକ ଶିକ୍ଷା ଗୋଟିଏ ଛାତ ତଳେ ରହିବ । ଶିଶୁ ବାଟିକାରେ ମିଶିବ ସମସ୍ତ ଅଙ୍ଗନବାଡି । ୬ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସ୍କୁଲ୍ । ଖଡ଼ିଛୁଆଁ ଉତ୍ସବରେ ଏ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରାଥମିକ ଶିକ୍ଷାକୁ ଦୃଢ କରିବାକୁ ପ୍ରତି ଗାଁରେ ହେବ ମଡେଲ ସ୍କୁଲ୍ । ୫ ଏକର ଜାଗାରେ ନିର୍ମାଣ ହେବ ଗୋଦାବରୀଶ ମିଶ୍ର ପ୍ରାଥମିକ ବିଦ୍ୟାଳୟ । ଭୁବନେଶ୍ବର ରାଜଭବନ ସ୍କୁଲ ପରିସରରେ ଆୟୋଜିତ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସାମିଲ ହେବା ସହ ପିଲାଙ୍କ ହାତ ଧରି ପାଠ ପଢ଼ାଇଥିଲେ । ବ୍ରହ୍ମା, ବିଷ୍ଣୁ, ମହେଶ୍ୱର କରି ଖଡ଼ି ଛୁଆଇଁଥିଲେ ମୁଖ୍ୟମନ୍ତ୍ରୀ । ବିଦ୍ୟାଳୟରେ ଶତ ପ୍ରତିଶତ ନାମ ଲେଖାକୁ ମୁଖ୍ୟମନ୍ତ୍ରୀ ଗୁରୁତ୍ବ ଦେଇଛନ୍ତି । ନାମଲେଖାକୁ ରେକର୍ଡ କରିବା ଲାଗି ୫ ଲକ୍ଷ ନିମନ୍ତ୍ରଣ ପତ୍ର ବଣ୍ଟାଯାଇଥିଲା । ଏପଟେ ବିଦ୍ୟାଳୟରେ ପାଠ୍ୟ ପୁସ୍ତକ ବଣ୍ଟନ ନେଇ ବଡ଼ ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ । ଜାତୀୟ ଶିକ୍ଷା ନୀତି ହେଲା ପରେ ନୂତନ ବହି ପ୍ରସ୍ତୁତ ହେଉଛି । ବର୍ତ୍ତମାନ ସୁଦ୍ଧା ଜିଲ୍ଲାମାନଙ୍କରେ ୫୦ ପ୍ରତିଶତ ପିଲାଙ୍କୁ ବହି ମିଳିଛି । ଖୁବଶୀଘ୍ର ଖରାଛୁଟି ଭିତରେ ବଳକା ୫୦ ପ୍ରତିଶତ ବହି ମିଳିବ ବୋଲି ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ।
Trending
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ
- ଓଡ଼ିଶାରୁ ବିରଳ ଓରାଙ୍ଗଉଟାନ ଠାବ , ବାଲେଶ୍ବରର ରଣକୋଠା ସଂରକ୍ଷିତ ଜଙ୍ଗଲରୁ ୫ଟି ଓରାଙ୍ଗଉଟାନକୁ ଠାବ କରିଛି ବନବିଭାଗ
- ଆଜି ଶ୍ରୀମନ୍ଦିରରେ ପ୍ରଭୁ ବଳଭଦ୍ରଙ୍କର ପ୍ରଳମ୍ବାସୁର ବଧ ବେଶ ଅନୁଷ୍ଠିତ
- ଟ୍ରାଫିକ୍ ପୁଲିସ କର୍ମଚାରୀଙ୍କ ପାଇଁ ଶୋଲ୍ଡର ଫ୍ଲିକରିଂ ଲାଇଟ୍ ବ୍ୟବସ୍ଥାର ଶୁଭାରମ୍ଭ
- ଦିଲ୍ଲୀ PG ଟ୍ରାଜେଡି: ୬ ମୃତ ,PG ମାଲିକଙ୍କୁ ଠାବ କରିବା ପାଇଁ ପୋଲିସର ସ୍ୱତନ୍ତ୍ର ଟିମ୍ ଗଠନ
- ପିଆଜ ପୁଣି ଉପରମୁହାଁ,ଟ୍ବିନ ସିଟିରେ ରାଜଧାନୀରେ ପିଆଜ ଖୁଚୁରା ଦର ୬୦ରୁ ୭୦ ଟଙ୍କା ଛୁଇଁଲାଣି
- ରାଜଧାନୀରେ ଭୁଶୁଡ଼ିଲା 4 ମହାଲା କୋଠା ,ଅନେକ ଲୋକ ଫସି ରହିଥିବା ଆଶଙ୍କା
- କାର୍ଯ୍ୟରତ ସାମ୍ବାଦିକଙ୍କ ଅକାଳ ମୃତ୍ୟୁ ଘଟିଲେ, ସେମାନଙ୍କ ପରିବାରକୁ ମିଳିବ ଆର୍ଥିକ ସହାୟତା