ସିବିଏସଇ ଟପରଙ୍କୁ ମୁଖ୍ୟମନ୍ତ୍ରୀଙ୍କ ସମ୍ବର୍ଦ୍ଧନା । ସିବିଏସଇର ଦୁଇ ଟପର୍ ଛାତ୍ରୀ ଟିନା ଓ ଆଲିଶାଙ୍କୁ ଭେଟି ସମ୍ବର୍ଦ୍ଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । CBSE ୧୦ମ ଶ୍ରେଣୀ ପରୀକ୍ଷାରେ ୫୦୦ରୁ ୫୦୦ ନମ୍ବର ରଖି ସଫଳତା ହାସଲ କରିଥିବା ଟିନା ରଥ ଏବଂ ଆଲିଶା ବିଶ୍ୱାଳ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭୁବନେଶ୍ୱରର ଲୋକସେବା ଭବନରେ ଭେଟିଛନ୍ତି । ମୁଖ୍ୟମନ୍ତ୍ରୀ ଉଭୟ ଟପର ଛାତ୍ରୀଙ୍କୁ ଉଲ୍ଲେଖନୀୟ ସଫଳତା ପାଇଁ ଅଭିନନ୍ଦନ ଜଣାଇ ସମ୍ବର୍ଦ୍ଧିତ କରି ରୂପା ତାରକସିର ଉପହାର ଓ ଉତ୍ତରୀୟ ପ୍ରଦାନ କରିଥିଲେ । ଭବିଷ୍ୟତରେ ସେମାନେ ଦୁଇ ଜଣ ଆହୁରି ସଫଳତା ନେଇ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଉଭୟ ଛାତ୍ରୀ ଭବିଷ୍ୟତରେ ଡାକ୍ତର ହେବାକୁ ଲକ୍ଷ୍ୟ ରଖିଥିବା ମୁଖ୍ୟମନ୍ତ୍ରୀଙ୍କୁ କହିଛନ୍ତି । ଟିନା ଭବିଷ୍ୟତରେ କାର୍ଡିଓଲୋଜିଷ୍ଟ ହେବାର ଲକ୍ଷ୍ୟ ରଖିଥିବା ବେଳେ, ଆଲିଶା ନ୍ୟୁରୋଲୋଜିଷ୍ଟ ହେବାର ଲକ୍ଷ୍ୟ ରଖିଛନ୍ତି । ଏହି ସଫଳତା ରାଜ୍ୟର ଅନ୍ୟ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରେରଣା ସୃଷ୍ଟି କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ