ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ

ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ବତନ୍ତ୍ର ବିମାନ ଯୋଗେ ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନ ବନ୍ଦରରେ ପହଁଚିଛନ୍ତି ରାଷ୍ଟ୍ରପତି ଦ୍ରୋପଦୀ ମୁର୍ମୁ । ସେଠାରେ ଭବ୍ୟ ସ୍ବାଗତ ଜଣାଇଲେ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ । ଇସ୍ପାତ ସହର ରାଉରକେଲା ଗସ୍ତରେ ଅଛନ୍ତି ଦ୍ରୋପଦୀ ମୁର୍ମୁ ।

ପ୍ଲାନେଟାରିୟମ ଓ ମ୍ୟୁଜିୟମର ହେବ ଉଦଘାଟନ। ପୋଲିସ ଛାଉଣିରେ ଇସ୍ପାତ ସହର । ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ କରିବେ । ରାଉରକେଲା ୱାନ୍’ ପ୍ରକଳ୍ପ ଅଧୀନରେ ଏକ ଇଣ୍ଟିଗ୍ରେଟେଡ୍ କମାଣ୍ଡ ଆଣ୍ଡ କଣ୍ଟ୍ରୋଲ୍ ସେଣ୍ଟର, ଏକ ଜନଜାତି ସଂଗ୍ରହାଳୟ ଏବଂ ଏକ ପ୍ରେକ୍ଷାଳୟର ଉଦଘାଟନ କରିବେ । କୋଏଲ ନଗରରେ ଏକ ବିଶାଳ ପାର୍କ ଏବଂ ଛେଣ୍ଡ କଲୋନୀରେ ଏକ ପ୍ଲାନେଟାରିୟମର ମଧ୍ୟ ଶୁଭାରମ୍ଭ କରିବେ । ରାଷ୍ଟ୍ରପତି ପାନପୋଷ ସର୍କିଟ୍ ହାଉସରେ ବିଭିନ୍ନ ସଂଗଠନର ପ୍ରତିନିଧିମାନଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି । ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ଜିଲ୍ଲା ପ୍ରଶାସନ ଏବଂ ରାଉରକେଲା ମହାନଗର ନିଗମ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି ।

ସହରରେ ବହୁସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ଏହି ଅବସରରେ ଭବ୍ୟ ସାଂସ୍କୃତିକ କାର୍ଯ୍ୟକ୍ରମର ଆୟୋଜନ ହେବ, ଯେଉଁଥିରେ ସୁନ୍ଦରଗଡ଼ ଜିଲ୍ଲାର ବହୁ ସଂଖ୍ୟକ ଛାତ୍ରଛାତ୍ରୀଙ୍କ ସମେତ ପ୍ରାୟ ଏକ ଲକ୍ଷରୁ ଅଧିକ ଲୋକ ସାମିଲ ହେବାର ଆଶା କରାଯାଉଛି। ବିମାନ ବନ୍ଦର ପଡ଼ିଆରେ ପ୍ରାୟ ୧୦ ହଜାର ଛାତ୍ରଛାତ୍ରୀଙ୍କ ବସିବାର ବ୍ୟବସ୍ଥାକରାଯାଇଛି । ଏଥିରେ ରାଉରକେଲା ସହର ସମେତ  ବିଭିନ୍ନ ସ୍ଥାନରୁ ୩ ହଜାର ଛାତ୍ରଛାତ୍ରୀ  ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିବେ ।

Leave a comment