ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ- ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ

ଓଡ଼ିଶାରେ ରାଷ୍ଟ୍ରପତି ଦୌପଦ୍ରୀ ମୁର୍ମୁ । ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ପ୍ରଥମ ଝାରସୁଗୁଡ଼ାରେ ଆସି ପହଞ୍ଚିଥିଲେ ରାଷ୍ଟ୍ରପତି । ଏହାପରେ ବାୟୁସେନାର ହେଲିକପ୍ଟର ଯୋଗେ ରାଉରକେଲାରେ ପହଞ୍ଚିଛନ୍ତି। ଏହାପରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗ ଦେଇ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି ।

ରାଉରକେଲା ସଭାରେ ରାଷ୍ଟ୍ରପତି କହିଛନ୍ତି ଯେ, ଓଡ଼ିଶାର ସଂସ୍କୃତି ଓ ପରମ୍ପରା ମହାନ । ସୁନ୍ଦରଗଡ଼ର କଳା ସଂସ୍କୃତି ଓଡ଼ିଶାକୁ ପରିପୂର୍ଣ୍ଣ କରିଛି । ସୁନ୍ଦରଗଡ଼ କେବଳ ସଂସ୍କୃତି ପାଇଁ ସଂଗ୍ରାମ ପାଇଁ ବି ପରିଚିତ । ନିର୍ମଳ ମୁଣ୍ଡାଙ୍କ ସଂଗ୍ରାମ ସବୁଦିନ ପାଇଁ ସ୍ମରଣୀୟ ହୋଇ ରହିବ । ପରିବେଶ ପଥକୁ ନିର୍ମଳ ମୁଣ୍ଡାଙ୍କ ନାଁରେ ନାମିତ ଖୁସି କରିଛି । ହକିରେ ସୁନ୍ଦରଗଡ଼ ସାରା ଦେଶରେ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଛି । ଦିଲ୍ଲୀପ ତିର୍କୀ, ଲାଜରୁସ ବାର୍ଲାଙ୍କ ପରି ଖେଳାଳି ଗୌରବ ବଢ଼ାଇଛନ୍ତି । ଆଦିବାସୀଙ୍କ ବିକାଶ ପାଇଁ ସରକାର ଅନେକ ପଦକ୍ଷେପ ନେଉଛନ୍ତି । ଅଧିକରୁ ଅଧିକ ଏକଲବ୍ୟ ସ୍କୁଲମାନ ପ୍ରତିଷ୍ଠା କରାଯାଉଛି । ନିଜେ ଆଗକୁ ଯାଅ, ଅନ୍ୟମାନଙ୍କୁ ଆଗକୁ ଯିବାକୁ ଦିଅ । ପ୍ରଧାନମନ୍ତ୍ରୀ ଜନମନ ଯୋଜନା ଜନଜାତିଙ୍କ ପାଇଁ କାର୍ଯ୍ୟ କରୁଛି । ସାମଗ୍ରିକ ବିକାଶ ପାଇଁ ସମସ୍ତଙ୍କୁ ଆଗକୁ ନେବାକୁ ପଡ଼ିବ । ମୁଖ୍ୟମନ୍ତ୍ରୀ, ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କ କାର୍ଯ୍ୟ ବେଶ୍ ପ୍ରଶଂସନୀୟ ରହିଛି ।ସେହିପରି ରାଉରକେଲା ସଭାରେ ମହିଳାଙ୍କ ବିକାଶ ଉପରେ ଗୁରୁତ୍ବାରୋପ କରିଛନ୍ତି ରାଷ୍ଟ୍ରପତି । ମହିଳାଙ୍କ ବିକାଶ ବିନା ବିକଶିତ ଭାରତ ସ୍ବପ୍ନ ପୂରଣ ହୋଇପାରିବନି । ଓଡ଼ିଶାରେ କାର୍ଯ୍ୟ କରୁଥିବା ‘ସୁଭଦ୍ରା’ ଯୋଜନା ମହିଳାଙ୍କୁ ଆଗକୁ ନେବ।

Leave a comment