ମଧ୍ୟପ୍ରାଚ୍ୟ ଯୁଦ୍ଧ ଅନିଶ୍ଚିତତା ମଧ୍ୟରେ ଅଶୋଧିତ ତୈଳ ଦର ପୁଣି ବଢ଼ିଥିବାରୁ ଇକ୍ବିଟି ବଜାରରେ କାରବାର ପ୍ରଭାବିତ ହୋଇଛି। ଶୁକ୍ରବାର ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜର ସେନ୍ସେକ୍ସ ୯୮୨ ପଏଣ୍ଟ୍ ହ୍ରାସ ପାଇ ୭୬,୬୮୧.୨୯ ପଏଣ୍ଟ୍ରେ ବନ୍ଦ ହୋଇଛି। ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜର ନିଫ୍ଟି ୨୭୫.୧୦ ପଏଣ୍ଟ୍ ହ୍ରାସ ପାଇ ୨୩,୮୯୭.୯୫ ପଏଣ୍ଟ୍ରେ ବନ୍ଦ ହୋଇଛି।ସେନ୍ସେକ୍ସରେ ଘଟିଥିବା ହ୍ରାସ ପ୍ରଭାବରେ ନିବେଶକମାନେ ପ୍ରାୟ ୬ ଲକ୍ଷ କୋଟି ଟଙ୍କା ହରାଇଛନ୍ତି। ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ମୋଟ୍ ବଜାର ପୁଞ୍ଜି ପରିମାଣ ୪୬୦ ଲକ୍ଷ କୋଟି ଟଙ୍କାକୁ ହ୍ରାସ ପାଇଛି। ଆଜି ନିବେଶକମାନେ ପ୍ରାୟ ସବୁ କ୍ଷେତ୍ରର ସେୟାର ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା। ସୂଚନା ପ୍ରଯୁକ୍ତି କ୍ଷେତ୍ର ସର୍ବାଧିକ ପ୍ରଭାବିତ ହୋଇଥିଲା। ଇନ୍ଫୋସିସ୍, ଏଚ୍ସିଏଲ୍ ଟେକ୍, ଟିସିଏସ୍ ଓ ଟେକ୍ ମହିନ୍ଦ୍ରାର ସେୟାର ମୂଲ୍ୟ ହ୍ରାସ ପାଇଥିଲା। ଅନ୍ତର୍ଜାତୀୟ ବଜାରରେ ବ୍ରେଣ୍ଟ୍ କ୍ରୁଡ୍ର ଦାମ୍ ବ୍ୟାରେଲ୍ ପିଛା ୧୦୭ ଡଲାର ହୋଇଯାଇଥିବାରୁ ଯୁଦ୍ଧ ସଙ୍କଟ ଆହୁରି ଜଟିଳ ହେବା ଆଶଙ୍କା କରାଯାଉଛି। ସେଥିପାଇଁ ନିବେଶକମାନେ ଭୟଭୀତ ହୋଇପଡ଼ିଛନ୍ତି। ତେଲର ଚଢ଼ା ଦର ଆମଦାନି ଉପରେ ନିର୍ଭରଶୀଳ ଦେଶ ଭାରତ ପାଇଁ କ୍ଷତିକାରକ। ଏହାର ପ୍ରଭାବରେ ଦରଦାମ୍ ସ୍ଥିତି ବେଲଗାମ ହେବା ଓ ଅର୍ଥନୈତିକ ଅଭିବୃଦ୍ଧି ହ୍ରାସ ପାଇବା ଆଶଙ୍କା କରାଯାଉଛି।
Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ