ଆଜି ଠୁ ଆରମ୍ଭ ଓଜେଇଇ,୧ ଲକ୍ଷ ୩ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା

ସୋମବାରଠୁ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା (ଓଜେଇଇ)-୨୦୨୬ ଆରମ୍ଭ ହେବ। ୧୦ ତାରିଖ ଯାଏ ୩ଟି ସିଫ୍ଟରେ ପରୀକ୍ଷା ହେବ । ପ୍ରଥମ ସିଫ୍ଟ ସକାଳ ୯ଟାରୁ ୧୧ଟା, ଦ୍ୱିତୀୟ ସିଫ୍ଟ ଅପରାହ୍ନ ୧ଟାରୁ ୩ଟା ଏବଂ ତୃତୀୟ ସିଫ୍ଟ ଅପରାହ୍ନ ସାଢ଼େ ୪ଟାରୁ ସାଢ଼େ ୬ଟା ଯାଏ ହେବ । ସମସ୍ତ ପରୀକ୍ଷା କମ୍ପ୍ୟୁଟର ବେସ ଟେଷ୍ଟ (ସିବିଟି) ମୋଡରେ ହେବ।ଓଜେଇଇ ପାଇଁ ଆବେଦନ କରିଥିବା ୧ ଲକ୍ଷ ୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିପାଇଁ ମୋଟ୍ ୯୯ଟି ପରୀକ୍ଷା କେନ୍ଦ୍ର କରାଯାଇଛି । ରାଜ୍ୟର ୩୦ ଜିଲ୍ଲାରେ ୯୩ଟି ପରୀକ୍ଷା କେନ୍ଦ୍ର ଓ ରାଜ୍ୟ ବାହାରେ ଅର୍ଥାତ୍ କୋଲକାତା, ରାଞ୍ଚି ଓ ପାଟନାରେ ୬ଟି ସେଣ୍ଟର କରାଯାଇଛି ବୋଲି ଓଜେଇଇ ପକ୍ଷରୁ ସୂଚନା ଦିଆଯାଇଛି । ପରୀକ୍ଷା ଆରମ୍ଭର ଦୁଇ ଘଣ୍ଟା ପୂର୍ବରୁ ପରୀକ୍ଷା କେନ୍ଦ୍ରରେ ପହଞ୍ଚିବା ପାଇଁ ପରୀକ୍ଷାର୍ଥୀଙ୍କୁ ପରାମର୍ଶ ଦିଆଯାଇଛି । ଓଜେଇଇ ଅଧ୍ୟକ୍ଷ ଡି ପି ଶତପଥୀ କହିଛନ୍ତି, ପରୀକ୍ଷା ପରିଚାଳନା ପାଇଁ ଏକ ସଂସ୍ଥାକୁ ଦାୟିତ୍ୱ ଦିଆଯାଇଛି । ଓଜେଇଇ ପକ୍ଷରୁ ପର୍ଯ୍ୟବେକ୍ଷକ ନିୟୋଜିତ ହୋଇଛନ୍ତି ।

Leave a comment