ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍‌ ରହିବ

ଆସନ୍ତା ୧୦ ତାରିଖ ଯାଏ ରାଜ୍ୟରେ ତାତି କମ୍‌ ରହିବ। ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ଆଭ୍ୟନ୍ତରୀଣ ଓଡ଼ିଶାର ବହୁ ସ୍ଥାନରେ ବର୍ଷା ଆଶଙ୍କା ଅଛି । ଜୋର୍‌ରେ ପବନ ବହିପାରେ । ପାଣିପାଗ ବିଭାଗ ଏଭଳି ପୂର୍ବାନୁମାନ କରିଛି । ୬ ତାରିଖରେ ମୟୂରଭଞ୍ଜରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ୪୦ରୁ ୫୦ କିମି ବେଗରେ ପବନ ବି ବହିବ ।

ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରିରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାର ଘଡ଼ଘଡ଼ି ସହ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ୯ ଓ ୧୦ ତାରିଖରେ ଉତ୍ତର ଓଡ଼ିଶାରେ ବର୍ଷା ଆଶଙ୍କା ଅଛି ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ସାହୁ କହିଛନ୍ତି ।

Leave a comment