ଡିଜିପିଙ୍କ ଚେତାବନୀ, ପେସାଦର ଅପରାଧୀଙ୍କୁ ଏଥର ଏନାକାଉଣ୍ଟର

ଡିଜିପିଙ୍କ ଚେତାବନୀ । ପେସାଦର ଅପରାଧୀଙ୍କୁ ଏଥର ଏନାକାଉଣ୍ଟର । ରାଜ୍ୟରେ ଆଇନଶୃଙ୍ଖଳା ପରିସ୍ଥିତି ନେଇ ପୋଲିସ ଡିଜି ଏପରି କଡ଼ା ଚେତାବନୀ ଦେଇଛନ୍ତି ।

ସେ କହିଛନ୍ତି ଯେ, ଅପରାଧକୁ ଜିରୋ ଟୋଲରେନ୍ସ। ଅପରାଧୀଙ୍କ ପାଇଁ ଓଡ଼ିଶାରେ ସ୍ଥାନ ନାହିଁ । ଅପରାଧ ଘଟାଇବା ପାଇଁ ଯେଉଁମାନେ ଚିନ୍ତା କରୁଛନ୍ତି ବ୍ରହ୍ମପୁର ଓ ସମ୍ବଲପୁର ଭଳି ଏନକାଉଣ୍ଟର ପାଇଁ ପ୍ରସ୍ତୁତ ରୁହନ୍ତୁ। ଗତ ୫ ଦିନ ମଧ୍ୟରେ ସାରା ରାଜ୍ୟରେ ୧୭୭୧ ଜଣଙ୍କୁ NBW ଡ୍ରାଇଭ୍ କରାଯାଇଛି । ୬ ଜଣଙ୍କ ବିରୋଧରେ NSA ଲଗାଯାଇଛି । ୫୦ ରୁ ଅଧିକ ଫେରାର ଅପରାଧୀଙ୍କୁ ଗିରଫ କରାଯାଇଛି । ସେହିଭଳି ଗୁଇନ୍ଦା ଆଧାରରେ ଜେଲ୍ ଫେରାନ୍ତଙ୍କ ଉପରେ କଡ଼ା ନଜର ରଖା ଯାଇଛି। ରାଜ୍ୟର ଆଇନଶୃଙ୍ଖଳା ପରିସ୍ଥିତିରେ ସୁଧାର ଆଣିବା ପାଇଁ ପ୍ରତ୍ୟେକ ଜିଲ୍ଲାର ଏସପି ଗ୍ରାଉଣ୍ଡ ଜିରୋରେ କାର୍ଯ୍ୟ କରୁଛନ୍ତି ।ସେହିପରି ନିଶାଦ୍ରବ୍ୟ ଚୋରା ଚାଲାଣ ଉପରେ କଡା ନଜର ରହିଛି। ଖଣିଜ ଚୋରା ଚାଲାଣକାରୀଙ୍କୁ ଦୃଢ଼ ହସ୍ତରେ ଦମନ କରାଯାଉଛି । ଖଣି ମାଫିଆଙ୍କ ଉପରେ ନଜର ରହିଛି। ବେଆଇନ ଅସ୍ତ୍ର କାରବାର ରୋକିବାକୁ ୯ଟି ମାମଲା ରୁଜୁ ହୋଇଛି । ଗୋଚାଲାଣ କ୍ଷେତ୍ରରେ ମଧ୍ୟ ୫ଟି ମାମଲା ରୁଜୁ କରାଯାଇଛି। ସଡକ ସୁରକ୍ଷା କ୍ଷେତ୍ରରେ ମଧ୍ୟରେ ଅମାନିଆ ଡ୍ରାଇଭର ଓ ମାଲିକଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଆଗକୁ ଏହି ସ୍ପେଶାଲ ଡ୍ରାଇଭ ବଳବତ୍ତର ରହିବ ବୋଲି ଚେତାବନୀ ଦେଇଛନ୍ତି ଡିଜିପି।

Leave a comment