ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ,୨୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି
ଆଜି ସ୍ଥଳଭାଗ ଛୁଇଁବ ଗଭୀର ଅବପାତ । ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇଥିବାବେଳେ ଏହା ଆଜି ସ୍ଥଳଭାଗ ଛୁଇଁବ । ପଶ୍ଚିମବଙ୍ଗର ଦୀଘା ଓ ହଳଦିଆ ମଝିରେ ସ୍ଥଳଭାଗ ଛୁଇଁବ । ଏହାର ପ୍ରଭାବରେ ପଶ୍ଚିମବଙ୍ଗରେ ପ୍ରବଳ ବର୍ଷା ହେଉଛି । ଉତ୍ତର ଓଡ଼ିଶାରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଆଜି ସକାଳ ସାଢେ ୮ଟା ପର୍ଯ୍ୟନ୍ତ ୩ଟି ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି କରାଯାଇଛି । ସେହି ୩ ଜିଲ୍ଲା ହେଉଛି ମୟୂରଭଂଜ, ସୁନ୍ଦରଗଡ଼ ଓ କେନ୍ଦୁଝର । ସେହିପରି ୨୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି