ହୀରାକୁଦର ୭ ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ,ନଦୀକୂଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ପରାମର୍ଶ

ହୀରାକୁଦର ୭ ଗେଟ୍ ଖୋଲା। ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୫ଟି ଗେଟ। ପୂର୍ବରୁ ୨ଟି ଗେଟ୍ ଦେଇ ବନ୍ୟା ଜଳ ନିଷ୍କାସନ ହେଉଥିଲା । ଜଳସ୍ତର ବୃଦ୍ଧି ଯୋଗୁ ହୀରାକୁଦର ଆଉ ୫ଟି ଗେଟ ଖୋଲାଯାଇଛି। ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ୬୧୮.୭୭ ଫୁଟ ରହିଛି। ଉପର ମୁଣ୍ଡରେ ପ୍ରବଳ ବର୍ଷା କାରଣରୁ ଅଧିକ ଗେଟ୍ ଖୋଲାଯାଇଛି। ବର୍ତ୍ତମାନ ୭ଟି ଗେଟ ଦେଇ ନିଷ୍କାସନ ହେଉଛି ବନ୍ୟାଜଳ। ଯେଉଁଥିରୁ ବାମପାର୍ଶ୍ୱର ୫ଟି ଓ ଡାହାଣପାର୍ଶ୍ୱର ୨ଟି ଗେଟ୍ ଦେଇ ପାଣି ନିଷ୍କାସନ କରାଯାଉଛି।

ଜଳଭଣ୍ଡାରକୁ ପ୍ରତି ସେକେଣ୍ଡରେ ହାରାହାରି ୨ଲକ୍ଷ ୯ହଜାର ୧୬ କ୍ୟୁସେକ୍ ପାଣି ପ୍ରବେଶ କରୁଥିବା ବେଳେ ୬୬ ହଜାର କ୍ୟୁସେକ୍ ପାଣି ନିଷ୍କାସନ କରାଯାଉଛି। ହୀରାକୁଦରୁ ଅଧିକ ପାଣି ନିଷ୍କାସନ ହେଉଥିବାରୁ ମହାନଦୀ ଅବବାହିକାରେ ମଧ୍ୟ ଏହାର ପ୍ରଭାବ ପଡ଼ିପାରେ। ତେଣୁ ନଦୀକୂଳିଆ ଅଞ୍ଚଳର ଲୋକଙ୍କୁ ସତର୍କ ରହିବା ସହ ପ୍ରଶାସନର ନିର୍ଦ୍ଦେଶ ମାନିବାକୁ ପରାମର୍ଶ ଦିଆଯାଇଛି। ହୀରାକୁଦ ଜଳଭଣ୍ଡାରର ଜଳସ୍ତର ଓ ଗେଟ୍ ଖୋଲା ସ୍ଥିତି ଉପରେ ନିୟମିତ ନଜର ରଖାଯାଉଛି।

Leave a comment