ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ,ଆସନ୍ତା ୨୨ ରେ ପୁଣି ହେବ ଲଘୁଚାପ

ପୁଣି ଆସୁଛି ଲଘୁଚାପ । ଗୋଟିଏ ନ ଯାଉଣୁ ଆଉ ଗୋଟିଏ ଲଘୁଚାପ । ଆସନ୍ତା ୨୨ ଓ ୨୩ ଆଡ଼କୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତ୍ତୀ ଉତ୍ତର ଓଡ଼ିଶା ଉପକୂଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା । ପ୍ରଭାବରେ ୨୨ ତାରିଖରୁ ରାଜ୍ୟରେ ପୁଣି ବଢ଼ିବ ବର୍ଷା । ଏପଟେ ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଉତ୍ତର ଗାଙ୍ଗେୟ ପଶ୍ଚିମବଙ୍ଗ ଉପତ୍ୟାକା ଅଞ୍ଚଳରେ ସକ୍ରିୟ ଅବପାତ । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୨ କି.ମି. ବେଗରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରୁଛି । ପ୍ରଭାବରେ ୪ ଜିଲ୍ଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ପାଣିପାଗ ବିଭାଗ ଅରେଞ୍ଜ ଆଲର୍ଟ ଜାରି କରିଛି ।

ଏଥିସହ ମୟୂରଭଞ୍ଜ,କେନ୍ଦୁଝର,ଦେବଗଡ଼,ଅନୁଗୁଳ,ବୌଦ୍ଧ,ସୋନପୁର,ବଲାଙ୍ଗୀରରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି । ଆସନ୍ତାକାଲିଠୁ କମିବ ବର୍ଷାର ପରିମାଣ ।

Leave a comment