ଓଡ଼ିଶାର ନୂଆ ରାଜ୍ୟପାଳ ବ୍ରିଜ ମୋହନ ରାମ ଦାୟିତ୍ବ ଗ୍ରହଣ କରିବା ପୂର୍ବରୁ ଦେଇଥିବା ଏକ ମନ୍ତବ୍ୟକୁ ନେଇ ରାଜନୈତିକ ମହଲରେ ବିବାଦ ସୃଷ୍ଟିହେବା ପରେ ଏନେଇ ସଫେଇ ରଖିଛନ୍ତି ରାଜ୍ୟପାଳ । ଜଣେ ରାଜନେତା ଏବଂ ଏକ ସାମ୍ବିଧାନିକ ପଦବୀ ମଧ୍ୟରେ ଫରକ୍ ରହିଛି । ଏହାକୁ ବଜାୟ ରଖି କାମ କରିବାକୁ ପଡ଼ିବ । ଓଡ଼ିଶାରେ ବିଜେପିର ସଙ୍ଗଠନକୁ ମଜଭୁତ କରିବା ପାଇଁ କାମ କରିବା କଥା ବୟାନକୁ ନେଇ ନୂଆ ରାଜ୍ୟରାଳ ବ୍ରିଜ ମୋହନ କହିଛନ୍ତି, ମୁଁ ସେପରି କିଛି କହିନି । ମୁଁ କହିଥିଲି ଯେ ମୁଁ ସମସ୍ତଙ୍କ ସହ ମିଶି କାମ କରିବି । ମୁଁ ବର୍ତ୍ତମାନ ଦଳୀୟ ରାଜନୀତିଠାରୁ ଊର୍ଦ୍ଧ୍ୱରେ, କିନ୍ତୁ ମୁଁ ଯେଉଁ ଦଳର ସଦସ୍ୟ ତାହା ମୋର ପୁଞ୍ଜି । ସେହି ଦଳ ପ୍ରତି ମୋର ସର୍ବଦା ଆନୁଗାତ୍ୟ ଏବଂ ଭଲପାଇବା ରହିବ । କିନ୍ତୁ ମୁଁ କୌଣସି ନିର୍ଦ୍ଦିଷ୍ଟ ଦଳ ପାଇଁ କାମ କରିବି ନାହିଁ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ