ଦୁଇ ତାରିଖରୁ 4 ତାରିଖ ପର୍ଯ୍ୟନ୍ତ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା,ବନ୍ଦ ରହିବ ସମସ୍ତ ଶିକ୍ଷାନୁଷ୍ଠାନ
ଦୁଇ ତାରିଖରୁ 4 ତାରିଖ ପର୍ଯ୍ୟନ୍ତ ମାଲକାନଗିରି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର IMD ପୂର୍ବାନୁମାନ କରିଛନ୍ତି । ଜିଲ୍ଲାରେ ସମ୍ଭାବ୍ୟ ଘୂର୍ଣ୍ଣିଝଡ଼ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଏବଂ ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି, ସମସ୍ତ ସ୍କୁଲ , କଲେଜ ଏବଂ ଜିଲ୍ଲାର ସମସ୍ତ ଅଙ୍ଗନୱାଡି କେନ୍ଦ୍ରଗୁଡ଼ିକ ନଭେମ୍ବର ୨ ରୁ ୪ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା ପାଇଁ ମାଲକାନଗିରି ଜିଲ୍ଲାପାଳ ଙ୍କ ନିର୍ଦ୍ଦେଶ । ସ୍କୁଲ/କଲେଜର ଶିକ୍ଷକ ଏବଂ ଅଣଶିକ୍ଷକ କର୍ମଚାରୀ ଏବଂ ଅଙ୍ଗନୱାଡି କର୍ମୀମାନେ ସେମାନଙ୍କର କାର୍ଯ୍ୟରେ ଯୋଗଦେବେ ।