ମେଟ୍ରୋ ଟିଭି ଓଡିଶା (୧.୭.୨୦୨୨)
ବଡ଼ ଦାଣ୍ଡରେ ଗଡ଼ିଲା ଭଉଣୀ ସୁଭଦ୍ରାଙ୍କ ଦର୍ପଦଳନ ରଥ । ରଥରେ ସୁଭଦ୍ରାଙ୍କ ସମସ୍ତ ନୀତିକାନ୍ତି ସମ୍ପନ୍ନ ହେବା ପରେ ଭକ୍ତଙ୍କ ଗହଣରେ ଦର୍ପଦଳନ ଗଡ଼ିଛି । ଗଜପତି ମହାରାଜା ରଥରେ ଛେରାପହଁରା କରିବା ପରେ ରଥରୁ ଚାରମାଳ ଫିଟାଯାଇଥିଲା । ପରେ ପରେ ଘୋଡ଼ା ଯୋଖା ଯିବା ପରେ ଭକ୍ତମାନେ ଦର୍ପଦଳନ ରଖକୁ ଟାଣିନେଇଛନ୍ତି । ରଥ ଟାଣିବା ସମୟରେ ହୁଳହୁଳି ଓ ହରିବୋଲ ଶବ୍ଦରେ ଫାଟି ପଡ଼ୁଛି ବଡ଼ଦାଣ୍ଡ ।

ନିର୍ଦ୍ଧାରିତ ସମୟ ପୂର୍ବରୁ ରଥଟଣା ଆରମ୍ଭ ହୋଇଥିବାରୁ ଭକ୍ତଙ୍କ ମଧ୍ୟରେ ବେଶ୍ ଖୁସି ଦେଖିବାକୁ ମିଳିଛି । ଭୋରରୁ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ସମସ୍ତ ନୀତି ସମ୍ପନ୍ନ ହେବା ପରେ ପ୍ରଥମେ ସକାଳୁ ସକାଳୁ ଗୋଟି ପହଣ୍ଡିରେ ରଥରେ ବିଜେ କରିଥିଲେ ଚକ୍ରରାଜ ସୁଦର୍ଶନ । ଦ୍ୱିତୀୟରେ ବଡ଼ ଭାଇ ବଳଭଦ୍ରଙ୍କ ପହଣ୍ଡି ବିଜେ ଆରମ୍ଭ ହୋଇ ତାଳଧ୍ୱଜ ରଥରେ ବିଜେ କରିଥିଲେ । ପରେ ପରେ ଭଉଣୀ ସୁଭଦ୍ରାଙ୍କୁ ସେବାୟତ ମାନେ ହାତରେ ଝୁଲାଇ ଝୁଲାଇ ଦର୍ପଦଳନରେ ବିଜେ କରାଇଥିଲେ । ଶେଷରେ ମହାପ୍ରଭୁ ଶ୍ରୀ ଜଗନ୍ନାଥ ନନ୍ଦିଘୋଷ ରଥରେ ବିଜେ କରିଥିଲେ ।