ଆଜି ବି ପ୍ରବଳ ବର୍ଷିବ

ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ଜାରି ରହିଛି । ଓଡ଼ିଶାର ବିଭିନ୍ନ ଜିଲ୍ଲା ସହ କଟକ ଓ ଭୁବନେଶ୍ୱରରେ ମଧ୍ୟ ପ୍ରବଳ ବର୍ଷା ହେଉଛି । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ।

ଆଜି ପଶ୍ଚିମ ଓ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଥିବା ବେଳେ ବର୍ଷା ହେବା ନେଇ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।  ସରୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ କନ୍ଧମାଳରେ ପ୍ରବଳ ବର୍ଷା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ । ସେହିପରି ନବରଙ୍ଗପୁର, କୋରାପୁଟ, ମାଲକାନଗିରି, ରାୟଗଡ଼ା ଓ ଗଜପତିରେ ବଧ୍ୟ ବର୍ଷିବ ବୋଲି କହିଛି  ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।