ବଡ଼ ଦାଣ୍ଡରେ ଚାଲିଛି ରଥଟଣା । ଗୁଣ୍ଡିଚାମନ୍ଦିରରୁ ଶ୍ରୀମନ୍ଦିର ଯାଉଛନ୍ତି ମହାପ୍ରଭୁ । ପ୍ରଥମେ ବଡ଼ ଠାକୁରଙ୍କ ରଥକୁ ଶ୍ରଦ୍ଧାଳୁମାନେ ଟାଣିନେଇଛନ୍ତି ଶ୍ରୀମନ୍ଦିର ପର୍ଯ୍ୟନ୍ତ । ମା ଶୁଭଦ୍ରାଙ୍କ ରଥ ଅଧାବାଟରେ ରହିଛି । ସେପଟେ ପ୍ରଭୁ ଜଗନ୍ନାଥଙ୍କ ରଥ ମଧ୍ୟ ଟଣାଯାଉଛି । ତିନି ରଥରେ ଗଜପତି ମହାରାଜ ସୁବର୍ଣ୍ଣଖଡ଼ିକାରେ ଛେରାପହଁରା କରିବା ପରେ ରଥଟଣା ଆରମ୍ଭ ହୋଇଥିଲା । ଏବେ ଶ୍ରଦ୍ଧାଳୁମାନେ ସୁଭଦ୍ରାଙ୍କ ରଥ ଟାଣୁଛନ୍ତି। ଆଜି ସଅଳ ସଅଳ ପହଣ୍ଡିବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ଶ୍ରୀସୁଦର୍ଶନଙ୍କ ପରେ ବଳଭଦ୍ର, ତାପରେ ସୁଭଦ୍ରା ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ ସରିଥିଲା। ଏହି ସମୟରେ ବଡ଼ଦାଣ୍ଡରେ ଘଣ୍ଟଘଣ୍ଟା ଓ କାହାଳୀ ନାଦରେ ପ୍ରକମ୍ପିତ ହେଉଥିଲା। ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହାପରେ ପହଣ୍ଡି ଆରମ୍ଭ ହୋଇଥିଲା। ନିର୍ଧାରିତ ସମୟ ପୂର୍ବରୁ ରଥ ଟଣା ଯାଇଥିଲା । ରଥଟଣା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post
Next Post