ବଡ଼ ଦାଣ୍ଡରେ ଚାଲିଛି ରଥଟଣା । ଗୁଣ୍ଡିଚାମନ୍ଦିରରୁ ଶ୍ରୀମନ୍ଦିର ଯାଉଛନ୍ତି ମହାପ୍ରଭୁ । ପ୍ରଥମେ ବଡ଼ ଠାକୁରଙ୍କ ରଥକୁ ଶ୍ରଦ୍ଧାଳୁମାନେ ଟାଣିନେଇଛନ୍ତି ଶ୍ରୀମନ୍ଦିର ପର୍ଯ୍ୟନ୍ତ । ମା ଶୁଭଦ୍ରାଙ୍କ ରଥ ଅଧାବାଟରେ ରହିଛି । ସେପଟେ ପ୍ରଭୁ ଜଗନ୍ନାଥଙ୍କ ରଥ ମଧ୍ୟ ଟଣାଯାଉଛି । ତିନି ରଥରେ ଗଜପତି ମହାରାଜ ସୁବର୍ଣ୍ଣଖଡ଼ିକାରେ ଛେରାପହଁରା କରିବା ପରେ ରଥଟଣା ଆରମ୍ଭ ହୋଇଥିଲା । ଏବେ ଶ୍ରଦ୍ଧାଳୁମାନେ ସୁଭଦ୍ରାଙ୍କ ରଥ ଟାଣୁଛନ୍ତି। ଆଜି ସଅଳ ସଅଳ ପହଣ୍ଡିବିଜେ ଆରମ୍ଭ ହୋଇଥିଲା। ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ହୋଇଥିଲା। ଶ୍ରୀସୁଦର୍ଶନଙ୍କ ପରେ ବଳଭଦ୍ର, ତାପରେ ସୁଭଦ୍ରା ଓ ଶେଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡି ବିଜେ ସରିଥିଲା। ଏହି ସମୟରେ ବଡ଼ଦାଣ୍ଡରେ ଘଣ୍ଟଘଣ୍ଟା ଓ କାହାଳୀ ନାଦରେ ପ୍ରକମ୍ପିତ ହେଉଥିଲା। ଭୋର ୪ଟାରୁ ଠାକୁରଙ୍କ ନୀତିକାନ୍ତି ଆରମ୍ଭ ହୋଇଥିଲା। ଏହାପରେ ପହଣ୍ଡି ଆରମ୍ଭ ହୋଇଥିଲା। ନିର୍ଧାରିତ ସମୟ ପୂର୍ବରୁ ରଥ ଟଣା ଯାଇଥିଲା । ରଥଟଣା ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି ।
Trending
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା
- STF ର DIG ଭାବେ ଦାୟିତ୍ୱ ଗ୍ରହଣ କଲେ ଆଇପିଏସ ଡକ୍ଟର କନୱର ବିଶାଲ ସିଂହ
- ସବୁଠୁ ଅଧିକ ସମୟ ଯାଏ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ରେକର୍ଡ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ , ଭାଙ୍ଗିବେ ନେହରୁଙ୍କ ରେକର୍ଡ
Prev Post
Next Post