ସୋମବାରଠାରୁ ସଂସଦର ମୈାସୁମୀ ଅଧିବେଶନ ଆରମ୍ଭ ହେବ । ପ୍ରଥମ ଦିନରେ ରାଷ୍ଟ୍ରପତି ନିର୍ବାଚନ ପାଇଁ ଭୋଟ ହେବ । ମୌସୁମୀ ଅଧିବେଶନ ଆରମ୍ଭ ହେବା ପୂର୍ବରୁ ସର୍ବଦଳୀୟ ବୈଠକ ଡକାଯାଇଥିଲା । ଏହି ବୈଠକରେ ଅଧିବେଶନ କିପରି ଶାନ୍ତି ଶୃଙ୍ଖଳାରେ ଚାଲିବ ସେ ନେଇ ଆଲୋଚନା ହୋଇଥିଲା । ଶାସକଦଳ ପକ୍ଷରୁ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂ, ପିୟୁଷ ଗୋଏଲ, ପହ୍ଲାଦ ଜୋଷୀ, ଅର୍ଜୁନ ମେଘୱାଲ ଓ ମୁରଲୀଧରନ ଉପସ୍ଥିତ ଥିଲେ । ସେହିଭଳି କଂଗ୍ରେସ ପକ୍ଷରୁ ମଲ୍ଲିକାର୍ଜୁନ ଖଡଗେ, ଅଧିର ରଞ୍ଜନ ଚୌଧୁରୀ ଓ ଜୟରାମ ରମେଶ ବୈଠକରେ ଉପସ୍ଥିତ ଥିଲେ । ଏନସିପି ପକ୍ଷରୁ ଶରଦ ପାୱାର, ସୁପ୍ରିୟା ସୁଲେ ଉପସ୍ଥିତ ଥିବା ବେଳେ ଜେଡିୟୁରୁ ରାମନାଥ ଠାକୁର, ଆପ୍ ରୁ ସଂଜୟ ସିଂ, ଅକାଳୀ ଦଳରୁ ହରସମିତ କୌର , ଶିବସେନାରୁ ସଂଜୟ ରାୱତ ଓ ବିନାୟକ ରାୱତଙ୍କ ସମେତ ସମାଜବାଦୀ ପାର୍ଟିରୁ ଜାବେଦ ଅଲ୍ଲୀ ଉପସ୍ଥିତ ଥିଲେ । ହେଲେ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅନୁପସ୍ଥିତି ନେଇ କଂଗ୍ରେସ ଆପତ୍ତି କରିଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Prev Post