ନୂଆଦିଲ୍ଲୀ : ଓଡିଶାର ୪୦.୫୨ ଲକ୍ଷ ପରିବାରକୁ ଜଳ ଜୀବନ ମିଶନ ଯୋଜନାରେ ଟ୍ୟାପ ପାଣି ଯୋଗାଇ ଦିଆଯାଇଛି । ପାନୀୟଜଳ ଯୋଗାଣ ନେଇ ରାଜ୍ୟସଭାରେ ଏକ ପ୍ରଶ୍ନର ଉତ୍ତରରେ କେନ୍ଦ୍ର ଜଳ ଶକ୍ତି ରାଷ୍ଟ୍ରମନ୍ତ୍ରୀ ଶ୍ରୀ ପ୍ରହଲାଦ ସିଂହ ପଟେଲ ଏହି ସୂଚନା ଦେଇଛନ୍ତି । କେନ୍ଦ୍ର ମନ୍ତ୍ରୀ ଦର୍ଶାଇଛନ୍ତି ଜଳ ଜୀବନ ମିଶନ ଯୋଜନାରେ ଓଡିଶାକୁ ପାନୀୟଜଳ ଯୋଗାଇ ଦିଆଯାଉଛି । ଓଡିଶାରେ ୮୮.୫୭ ଲକ୍ଷ ପରିବାର ଥିବାବେଳେ ୨୦୧୯ ଅଗଷ୍ଟ ସୁଦ୍ଧା ମାତ୍ର ୩.୧୧ ଲକ୍ଷ ପରିବାରକୁ ପାଇପ୍ ଯୋଗେ ପାନୀୟଜଳ ଯୋଗାଇ ଦିଆଯାଇଥିଲା । ତେବେ ଚଳିତ ମାସ ସୁଦ୍ଧା ଏହା ୪୩ଲକ୍ଷ ପରିବାରକୁ ଟପିଯାଇଛି । ସେହିଭଳି ୨୦୨୨-୨୩ ବର୍ଷର ବଜେଟ୍ରେ ଜଳ ଜୀବନ ମିଶନ ପାଇଁ ଅର୍ଥ ଆବଣ୍ଟନ ସଂକ୍ରାନ୍ତରେ ସୂଚନା ଦେଇ କେନ୍ଦ୍ରମନ୍ତ୍ରୀ ଦର୍ଶାଇଛନ୍ତି ଯେ ଓଡିଶା ପାଇଁ ୭୧୩୩.୧୫ କୋଟି ଟଙ୍କାର ବ୍ୟବସ୍ଥା ହୋଇଛି ଯେଉଁଥିରେ ରାଜ୍ୟ ସରକାରଙ୍କ ଅଂଶ ହେଉଛି ୩୫୨୪.୫୩ କୋଟି । ଅବଶିଷ୍ଟ ୩୬୦୮.୬୨ କୋଟି ଟଙ୍କା କେନ୍ଦ୍ର ସରକାର ଯୋଗାଇଦେବେ ।ସୂଚନା ଅନୁଯାୟୀ ଅବଶିଷ୍ଟ ପରିବାରଗୁଡିକୁ ମିଶନ ଦ୍ୱାରା ଧାର୍ଯ୍ୟ ସମୟସୀମା ୨୦୨୪ ସୁଦ୍ଧା ପାଇପ୍ ଯୋଗେ ପାନୀୟ ଜଳ ଯୋଗାଇ ଦିଆଯିବ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା