ଗୃହରେ ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ଆଲୋଚନା ହୋଇଛି । ବିରୋଧୀଙ୍କ ପ୍ରଶ୍ନର ଗୋଟି ଗୋଟି କରି ଉତ୍ତର ରଖିଛନ୍ତି ରାଜ୍ୟ ସରକାର । ଏହାରି ମଧ୍ୟରେ ସରକାରୀ ସ୍କୁଲରେ ପିଲାଙ୍କ ମୁଣ୍ଡପିଛା ଖର୍ଚ୍ଚ ନେଇ ତଥ୍ୟ ଦେଇଛନ୍ତି ସରକାର । ଏନେଇ ବିଧାନସଭାରେ ଲିଖିତ ଉତ୍ତି ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ୬ରୁ ୧୪ ବର୍ଷର ପିଲାଙ୍କ ପାଇଁ ମୁଣ୍ଡପିଛା ଖର୍ଚ୍ଚ ୨୫ ହଜାର ୫୬ ଟଙ୍କା ରହିଛି । ୨୦୧୪-୧୫ ରେ ଏହି ରାଶି ୯ ହଜାର ୧୮୪ ଟଙ୍କା ଥିଲା । ଏନେଇ ମୋହନ ମାଝୀଙ୍କ ପ୍ରଶ୍ନରେ ଉତ୍ତର ରଖିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।ସେହିପରି ରାଜ୍ୟରେ ଶିକ୍ଷକଙ୍କ ଅଭାବକଳୁ ନେଇ ବିଭିନ୍ନ ସମୟରେ ଲୋକମାନଙ୍କ ପ୍ରତିବାଦ ଦେଖିବାକୁ ମିଳୁଥିବା ବେଳେ ଏ ସଂକ୍ରାନ୍ତରେ ଗୃହରେ ଉତ୍ତର ରଖିଛନ୍ତି ଗଣଶିକ୍ଷାମନ୍ତ୍ରୀ।ପ୍ରାଥମିକ ବିଦ୍ୟାଳୟରେ ଛାତ୍ର ଶିକ୍ଷକ ଅନୁପାତ ୨୪ ରହିଛି। ସେହିପରି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଛାତ୍ର ଶିକ୍ଷକ ଅନୁପାତ ୨୦ ରହିଛି। ୨୦୨୧ ଡିସେମ୍ବର ୩୧ ସୁଦ୍ଧା ଉଚ୍ଚବିଦ୍ୟାଳୟରେ ଖାଲି ପଡିଛି ୧୧ହଜାର ୪୦୩ ଶିକ୍ଷକ ପଦବୀ ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ୧୮୫୨ ଶିକ୍ଷକ ଖାଲି ପଡିଛି। ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୧୭୪ ପଦବୀ ଖାଲି ପଡ଼ିଛି ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ