ଦ୍ରୌପଦୀ ମୁର୍ମୁଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ନବନିର୍ବାଚିତ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ । ଆଜି ସକାଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନରେ କଥା ହୋଇଛନ୍ତି । ମୁଖ୍ୟମନ୍ତ୍ରୀ ଦ୍ରୈାପଦୀ ମୁର୍ମୁଙ୍କୁ ଓଡ଼ିଶାବାସୀଙ୍କ ତରଫରୁ ଅଭିନନ୍ଦନ ଜଣାଇବା ସହ ତାଙ୍କର ସଫଳତା ପାଇଁ ରାଜ୍ୟବାସୀ ଗର୍ବିତ ବୋଲି କହିଛନ୍ତି।

୪ ଦିନିଆ ଦିଲ୍ଲୀ ଗସ୍ତରେଆସନ୍ତାକାଲିଠୁ ଯିବେ ମୁଖ୍ୟମନ୍ତ୍ରୀ । ଜୁଲାଇ ୨୩ରୁ ୨୬ ତାରିଖ ଯାଏଁ ଦିଲ୍ଲୀ ଗସ୍ତରେ ଯିବେ। ଚଳିତ ମାସ ୨୫ ତାରିଖରେ ଦ୍ରୌପଦୀ ମୁର୍ମୁଙ୍କ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଯୋଗ ଦେବେ ବୋଲି ଜଣାପଡିଛି ।