ସମାନ ଜାତିର ଲୋକ ମାନଙ୍କର ସାଙ୍ଗିଆ ଭିନ୍ନ ହେଲେ ମଧ୍ୟ ସେମାନଙ୍କୁ ଅନୁସୂଚିତ ଜାତି ଓ ଜନଜାତି ତାଲିକାରେ ସାମିଲ କରା ଯାଉ ନାହିଁ। ଯାହା ଫଳରେ ସେମାନେ ସଂରକ୍ଷଣ ଓ ଅନ୍ୟ ବ୍ୟବସ୍ଥାର ଲାଭ ପାଇ ପାରୁ ନାହାନ୍ତି । ଏହା ଉପରେ ରାଜ୍ୟ ସରକାର ଓ କେନ୍ଦ୍ର ସରକାର ବିଶେଷ ଧ୍ୟାନ ଦେବା ଆବଶ୍ୟକ ବୋଲି ବିଧାନସଭାରେ ଆଜି ମତ ପ୍ରକାଶ ପାଇଛି । ବିଧାୟକ ଭାସ୍କର ମଢେଇଙ୍କ ମୂଳ ପ୍ରଶ୍ନ ଉପରେ ଆଲୋଚନା ବେଳେ ଉଭୟ ସରକାରୀ ଓ ବିରୋଧୀ ଦଳର ବିଧାୟକ ମାନେ ଏହାକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି । ଅନ୍ୟ ପକ୍ଷରେ ବିଭାଗୀୟ ମନ୍ତ୍ରୀଙ୍କ ବଦଳରେ ଗୃହରେ ଉତ୍ତର ରଖୁଥିବା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକ କହିଛନ୍ତି ଯେ ରାଜ୍ୟ ସରକାର ଏହି ମାମଲାକୁ ଅତ୍ୟନ୍ତ ସମ୍ବେଦନ ସହ ନେଉଛନ୍ତି ଓ ସେମାନଙ୍କୁ କିପରି ଏସସି–ଏସଟି ମାନ୍ୟତା ମିଳିବ ସେ ନେଇ ଲଗାତାର ଚେଷ୍ଟା କରୁଛନ୍ତି । ହେଲେ ଏହି ମାନ୍ୟତା ଦେବା କାମ କେନ୍ଦ୍ର ସରକାରଙ୍କର ବୋଲି ସେ କହିଛନ୍ତି।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post