ରାଜ୍ୟରେ ସଂଭାବନା ଅଛି ପ୍ରବଳ ବର୍ଷା

ରାଜ୍ୟରେ ୧୫ ଜିଲ୍ଲାରେ ପ୍ରବଳ ବର୍ଷା ସଂଭାବନା ରହିଛି । ବର୍ଷା ଘଡ଼ଘଡ଼ି ପାଇଁ ସତର୍କ ରହିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଦ କେନ୍ଦ୍ର ପକ୍ଷରୁ ସୂଚନା ଅନୁସାରେ ବରଗଡ, ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ବୌଦ୍ଧ, କନ୍ଧମାଳ ଓ ସୋନପୁରରେ ଆଗାମୀ 24 ଘଂଟା ମଧ୍ୟରେ ପ୍ରବଳ ବର୍ଷା ହୋଇପାରେ । ବିଜୁଳି ଘଡ଼ଘଡି ହେବାର ଥିବାରୁ ସତର୍କ ରହିବା ପାଇଁ କୁହାଯାଇଛି । ଉତ୍ତର ଓଡ଼ିଶା ଉପରେ ସୃଷ୍ଟି ଘୂର୍ଣ୍ଣିବଳୟ ଏବେ ଆଭ୍ୟନ୍ତରୀଣ ଓଡ଼ିଶା ଉପରେ ରହିଛି ଏହି ପୂର୍ବାନୁମାନ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।