ଆସନ୍ତାକାଲି ରାଷ୍ଟ୍ରପତି ଭାବେ ଶପଥ ନେବେ ଓଡିଆ ଝିଅ ଦ୍ରୌପଦୀ ମୁର୍ମୁ । ଏହା ପୂର୍ବରୁ ରବିବାର ନୂଆଦିଲ୍ଲୀଠାରେ ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର ନିମନ୍ତ୍ରଣ କ୍ରମେ ମୁଖ୍ୟମନ୍ତ୍ରୀ ଶପଥ ଗ୍ରହଣ ଉତ୍ସବରେ ସାମିଲ ହେବା ପାଇଁ ଦିଲ୍ଲୀ ଯାଇଛନ୍ତି । ଓଡିଶାର ସାଂସଦମାନେ ମଧ୍ୟ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେଡି ସାଂସଦମାନଙ୍କ ସହ ନବ ନିର୍ବାଚିତ ରାଷ୍ଟ୍ରପତିଙ୍କୁ ଭେଟି ଶୁଭେଚ୍ଛା ଜଣାଇଛନ୍ତି । ଲୋକସଭା ଓ ରାଜ୍ୟସଭା ସାଂସଦମାନେ ଏହି ଅବସରରେ ସାମିଲ ଥିଲେ । ଦ୍ରୌପଦୀଙ୍କୁ ଭେଟିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି କି, ଦ୍ରୌପଦୀ ମୁର୍ମୁଙ୍କୁ ଭେଟି ଶୁଭେଚ୍ଛା ଜଣାଇଲି । ଓଡିଆ ଝିଅ ରାଷ୍ଟ୍ରପତି ହୋଇଥିବାରୁ ଅତ୍ୟନ୍ତ ଖୁସି ଅଛି । ଆମେ ତାଙ୍କ ପାଇଁ ଗର୍ବିତ ।
Trending
- ନବ ନିର୍ମିତ ତାଳବଣିଆ ଥାନା କୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଓଡ଼ିଶା ପାଇଁ ହେବାକୁ ଥିବା ରାଜ୍ୟସଭା ଉପନିର୍ବାଚନରେ ଦେବାଶିଷଙ୍କୁ ପ୍ରାର୍ଥୀ କଲା ବିଜେପି
- ଭାରତ ଓ ରୁଷ ମଧ୍ୟରେ ବଡ଼ ଧରଣର ବିମାନ ଚୁକ୍ତି ସ୍ୱାକ୍ଷରିତ
- ପୁରୀରେ ବ୍ରିକ୍ସ ରାଷ୍ଟ୍ର ସମୂହର ସମ୍ମିଳନୀକୁ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- କନଷ୍ଟେବଳ ସୌମ୍ୟ ରଞ୍ଜନ ସ୍ବାଇଁଙ୍କ ହତ୍ୟା ମାମଲା: ବରିଷ୍ଠ ଆଇପିଏସ୍ ଙ୍କୁ ଆଜି ଅତିଥି ଭବନରେ ଜେରା କରିପାରେ NHRC
- ବିହାରର ମୁଜାଫରପୁରର ପ୍ରସାଦ ହସ୍ପିଟାଲ ଆଇସିୟୁରେ ଭୟଙ୍କର ଅଗ୍ନିକାଣ୍ଡ, 4 ମୃତ , କ୍ଷତିପୂରଣ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
- ସୌମ୍ୟ ରଞ୍ଜନ ସ୍ବାଇଁ ହତ୍ୟା ଘଟଣା: ସାଙ୍ଗ ଓ ଦୁଇ ଅଭିଯୋଗକାରୀ ଯୁବତୀଙ୍କୁ ପଚରା ଉଚରା କଲା NHRC ଟିମ୍
- ରୁପାଲି ଛକ ନିକଟରେ କୁଢ଼ କୁଢ଼ ଅଳିଆ ଓ ମଦ ବଟଲ ଦେଖି ରାଗିଗଲେ ଭୁବନେଶ୍ୱର ମେୟର
- ଦିଲ୍ଲୀର ମାଲବ୍ୟ ନଗରରେ ଥିବା ରେଷ୍ଟୁରାଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ, ନିଆଁ ଲାଗି ୨୦ ଜଣଙ୍କ ମୃତ୍ୟୁ,ଏକାଧିକ ଗୁରୁତର
- ଆଜିଠୁ ପୁରୀରେ ଆରମ୍ଭ ହେବ ବ୍ରିକ୍ସ ସମ୍ମିଳନୀ,ବିପର୍ଯ୍ୟୟ ମୁକାବିଲାର ଗୁରୁମନ୍ତ୍ର ଶିଖାଇବ ଓଡ଼ିଶା