ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ଗୋଟାବୟ ରାଜପକ୍ଷେ ଏବେ ସ୍ବଦେଶ ଫେରିଆସିବାକୁ ଯୋଜନା କରିଛନ୍ତି। ଦେଶରେ ନୂଆ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀ ଶପଥ ଗ୍ରହଣ କରିବା ପରେ ଏବେ ଦେଶରେ ଶାନ୍ତି ଫେରି ଆସୁଛି । ଦେଶରେ ଅରାଜକତା ବଢ଼ିବାରୁ ସେ ଦେଶ ଛାଡି ଚାଲିଯାଇଥିଲେ । ଏବେ ଦେଶରେ ଜୁଲାଇ ୧୪ ତାରିଖରେ ଗୋଟାବୟ ଦେଶ ଛାଡି ପ୍ରଥମେ ମାଳଦ୍ବୀପ ପଳାଇଥିଲେ। ପରେ ସେଠାରୁ ସେ ସିଙ୍ଗାପୁର ଯାଇଥିଲେ। ସିଙ୍ଗାପୁରରେ ଥାଇ ସେ ରାଷ୍ଟ୍ରପତି ପଦରୁ ଇସ୍ତଫା ଦେଇଥିଲେ। ପ୍ରାୟ ଦୁଇ ସପ୍ତାହ ହେଲା ସେ ସେଠାରେ ଅବସ୍ଥାପନ କରୁଛନ୍ତି। ସିଙ୍ଗାପୁରରେ ଦେଖାଯାଇଥିବା ଆର୍ଥିକ ସଙ୍କଟ ପାଇଁ ଗୋଟାବୟଙ୍କୁ ଭୁଲ୍ ନିଷ୍ପତ୍ତିକୁ ଦାୟୀ କରି ଦେଶବାସୀ ବିକ୍ଷୋଭ ପ୍ରଦର୍ଶନ କରିଥିଲେ। ବିକ୍ଷୋଭକାରି ରାଷ୍ଟ୍ରପତି ଭବନକୁ ଅକ୍ତିଆର କରିଥିଲେ। ଗୋଟାବୟଙ୍କ ଇସ୍ତଫା ପରେ ରନିଲ ବିକ୍ରମସିଙ୍ଘେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି।
Trending
- ଆଜିଠୁ ବିଜେପିର ରାଜ୍ୟ କାର୍ଯ୍ୟକାରିଣୀ,ବୈଠକକୁ ଉଦଘାଟନ କରିବେ ରାଷ୍ଟ୍ରୀୟ ସାଧାରଣ ସଂପାଦକ ସୁନୀଲ ବଂଶଲ
- ମଣିଷ ଗଢ଼ୁଥିବା ଗୁରୁଙ୍କୁ ସମ୍ମାନର ଦିନ , ଗୁରୁ ଦିବସ ପାଇଁ ଚଳଚଞ୍ଚଳ ବିଭିନ୍ନ ଶିକ୍ଷାନୁଷ୍ଠାନ
- ଚାଷୀଙ୍କ ଖାତାରେ ସିଏମ କିଷାନର ପଞ୍ଚମ କିସ୍ତି , ଡିବିଟି ମାଧ୍ୟମରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା
- ଲକ୍ଷ୍ମୀସାଗର ବ୍ରହ୍ମାକୁମାରୀ ସେଣ୍ଟରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ପାଳିତ: ଦିବ୍ୟ ଗୁଣ ଧାରଣ ପାଇଁ ଆହ୍ୱାନ
- ମହାକାଶରେ ଭାରତର ନୂଆ ଆଖି । EOS-05ର ସଫଳ ଉତକ୍ଷେପଣ
- ଏଣିକି ଜମି କିଣାବିକା ପଞ୍ଜୀକରଣ ଦଲିଲ ମାତ୍ର ଚାରି ପୃଷ୍ଠାରେ ସୀମିତ ରହିବା ସହ ସେଲ୍ ଡିଡ୍ ରେଜିଷ୍ଟ୍ରେସନ ସମ୍ପୂର୍ଣ୍ଣ ପେପରଲେସ୍ ହେବ
- ଓଡ଼ିଶା ଯାତ୍ରୀ ସୁରକ୍ଷା ଆପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ସ୍କୁଲ ଆସିବା-ଯିବା କିମ୍ବା ପରିସରରେ ଛାତ୍ରଛାତ୍ରୀଙ୍କ ଦୁର୍ଘଟଣା ଘଟିଲେ ମିଳିବ ୨ ଲକ୍ଷ ସହାୟତା ଘୋଷଣା କଲେ ରାଜ୍ୟ ସରକାର
- ପୂର୍ବତନ ମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ନେତା ସତ୍ୟେନ୍ଦ୍ର ଜୈନଙ୍କୁ ବଡ଼ ଆଶ୍ୱସ୍ତି, ମିଳିଲା ଜାମିନି
- ପବିତ୍ର ଜନ୍ମାଷ୍ଟମୀ ପାଇଁ ଚଳଚଞ୍ଚଳ କନ୍ଧମାଳ ଜିଲ୍ଲା, ଆଶ୍ରମରେ ସମସ୍ତ ପ୍ରକାର ପ୍ରସ୍ତୁତି ଶେଷ