କୋଲକତା: ଅର୍ପିତାଙ୍କ ଘରୁ ଖାଲି କୋଟି କୋଟି ଟଙ୍କା ବାହାରୁଛି । ଏତେ ଟଙ୍କା ଗଣିବାକୁ ଇଡି ମେସିନ ମଗାଉଛି । ଏହାକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚା । ପଶ୍ଚିମବଙ୍ଗ ମନ୍ତ୍ରୀ ପାର୍ଥ ଚାଟାର୍ଜୀଙ୍କ ସହ ଗିରଫ ହୋଇଥିବା ତାଙ୍କ ଘନିଷ୍ଠ ସହଯୋଗୀ ଅର୍ପିତା ମୁଖାର୍ଜୀଙ୍କ ଦ୍ବିତୀୟ ଫ୍ଲାଟ୍ରୁ ୨୯ କୋଟି ଟଙ୍କା ଓ ୫ କିଲୋଗ୍ରାମ୍ର ସୁନା ଅଳଙ୍କାର ଜବତ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)। ଦୀର୍ଘ ୧୮ ଘଣ୍ଟାର ଜେରାରେ ତଦନ୍ତକାରୀ ସଂସ୍ଥା କୋଲକାତାର ବେଲଘରିଆରେ ଥିବା ଅର୍ପିତାଙ୍କ ଘରୁ ୧୦ ଟ୍ରଙ୍କ୍ ଟଙ୍କା ଜବତ କରିଥିବା ସୂଚନା ରହିଛି। ଅର୍ପିତାଙ୍କ ଘରୁ ବାହାରିଥିବା ଟଙ୍କାକୁ ଗଣିବା ପାଇଁ ଇଡି ଅଧିକାରୀମାନେ ୩ଟି ଟଙ୍କା ଗଣିବା ମେସିନ୍ ବ୍ୟବହାର କରୁଥିବା ସୂଚନା ରହିଛି। ଏବେ ସୁଦ୍ଧା ଅର୍ପିତାଙ୍କ ୨ଟି ବାସଭବନରୁ ସମୁଦାୟ ୫୦ କୋଟି ଟଙ୍କା ଜବତ ହୋଇ ସାରିଥିବା ବେଳେ ହିସାବ ଏବେ ବି ଜାରି ରହିଛି।ଶିକ୍ଷକ ନିଯୁକ୍ତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ପାର୍ଥ ଚାଟାର୍ଜୀ ଏବଂ ଅର୍ପିତା ମୁଖାର୍ଜୀଙ୍କ ଏକାଧିକ ସ୍ଥାନରେ ଇଡି ବାରମ୍ବାର ଚଢ଼ାଉ କରି ଚାଲିଛି। ବେଲଘରିଆରେ ଅର୍ପିତାଙ୍କର ଦୁଇଟି ଫ୍ଲାଟ ଅଛି। ଇଡି ଅଧିକାରୀମାନେ ଗତକାଲି ସେଠାରେ ଚଢ଼ଉ ପାଇଁ ପହଞ୍ଚିଥିଲେ। ହେଲେ ଫ୍ଲାଟର ତାଲା ପଡ଼ିଥିଲା। ତାଲା ଭାଙ୍ଗି ଅଧିକାରୀମାନେ ଭିତରକୁ ପଶିଥିଲେ। ଘରେ ଏକ ଆଲମିରାରେ ବିପୁଳ ନଗଦ ଟଙ୍କା ଥିବା ଜଣାପଡ଼ିଥିଲା। ପୂର୍ବରୁ ଅର୍ପିତାଙ୍କ ଅନ୍ୟଏକ ଫ୍ଲାଟ୍ରୁ ୨୧ କୋଟିରୁ ଅଧିକ ନଗଦ ଟଙ୍କା ଏବଂ ୫୦ ଲକ୍ଷ ଟଙ୍କାର ସୁନା ଜବତ ହୋଇଥିଲା।
Trending
- ଗଣେଷ ପୂଜା ସମୟରେ ୬୫ ଡିବି ଡିଜେ ସାଉଣ୍ଡରୁ ଊର୍ଦ୍ଧ୍ୱ, ଅଶ୍ଳୀଳ ନୃତ୍ୟ ଉପରେ ସମ୍ପୂର୍ଣ୍ଣ ରୋକ
- ମା’କୁ ଖୋଜିବାର ମାନସିକ ଚାପରେ ଓରାଙ୍ଗଓଟାନ,ଷ୍ଟ୍ରେସ୍ କମାଇବା ପାଇଁ ଦିଆଯିବ ମ୍ୟୁଜିକ୍ ଥେରାପି
- ମା’ କୋଳକୁ ଫେରିଲେ ୧୦୧ ନିଖୋଜ ଶିଶୁ ନିଖୋଜ ଶିଶୁ , ନିଖୋଜ ଶିଶୁଙ୍କୁ ଠାବ କରିବାକୁ ଅଭିଯାନ ଚଳାଇଥିଲା ସିଏଡବ୍ଲୁ ଟିମ୍
- ୟୁଏଇ ମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା,ରାଜ୍ୟରେ ନୂତନ ନିବେଶ ସୁଯୋଗ ସୃଷ୍ଟି ନେଇ ଆଲୋଚନା
- ବଣ୍ଡା ଘାଟିରେ ମ୍ୟାଲେରିଆ ଆତଙ୍କ,ରକ୍ତ ପରୀକ୍ଷା, ଔଷଧ ବଣ୍ଟନ, ମଶାରି ବଣ୍ଟନ ଓ ସଚେତନତା କାର୍ଯ୍ୟକ୍ରମକୁ ଗୁରୁତ୍ୱ ଦେବା ଉପରେ ରାଜ୍ୟ ଟିମ୍ ର ଗୁରୁତ୍ୱାରୋପ
- ଓଡ଼ିଶା ଇନଭେଷ୍ଟର୍ସ ମିଟ୍: IBPGଗ୍ରୁପ୍ ସହ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ଭତ୍ତା ଯନ୍ତ୍ରଣା,ବର୍ଷାରେ ଓଦା ହୋଇ ବିକ୍ଷୋଭ କଲେ ୪ ଶହରୁ ଅଧିକ ବୃଦ୍ଧବୃଦ୍ଧା
- ବଢ଼ୁଥିବା ଟ୍ରେନ୍ ସଂଖ୍ୟା ଏବଂ ଯାତାୟାତ ଚାପକୁ ଦୃଷ୍ଟିରେ ରଖି ୭ଟି ହାଇ ଡେନସିଟି ନେଟୱର୍କ କରିଡର ହେବ ଫୋର୍-ଲେନ୍
- ଆବୁଧାବିରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ,ନିବେଶକ ସମ୍ମିଳନୀରେ ଦେବେ ଯୋଗ
- PG କୋଠା ଭୁଶୁଡ଼ିବା ଘଟଣା:ଦୁର୍ଘଟଣାସ୍ଥଳ ପରିଦର୍ଶନ କରି ବିପଜ୍ଜନକ ସ୍ଥିତିରେ ଥିବା ନିକଟସ୍ଥ କୋଠାଗୁଡ଼ିକୁ ତୁରନ୍ତ ଉଚ୍ଛେଦ କରିବା ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ