ମହାରାଷ୍ଟ୍ରରେ ବଡ ଧରଣର ରାଜନୈତିକ ପଟ୍ଟ ପରିବର୍ତ୍ତନ ପରେ, ଏକନାଥ ସିନ୍ଦେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ଖାଲି ସେତିକି ନୁହେଁ, ବିଜେପି ମଧ୍ୟ ଏକନାଥଙ୍କ ସହ ମିଶି ପୁଣି ମହାରାଷ୍ଟ୍ରରେ ସରକାରକୁ ଫେରିଛି, ବିଜେପି ନେତା ଦେବେନ୍ଦ୍ର ଫଡନାବିସ୍ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ହେଲେ ଦୁଇ ନେତା ଶପଥ ନେବାର ଏତେ ଦିନ ବିତିଯାଇଥିଲେ ବି ଏପର୍ଯ୍ୟନ୍ତ ମହାରାଷ୍ଟ୍ରରେ ମନ୍ତ୍ରୀମଣ୍ଡଳ ଗଠନ ହୋଇପାରିନି କି ନୂଆ ମନ୍ତ୍ରୀ ମାନେ ଶପଥ ନେଇନାହାଁନ୍ତି । ତେଣୁ ଏସବୁ ଭିତରେ ଖୁବଶୀଘ୍ର ଏକନାଥ ସରକାରର ମନ୍ତ୍ରୀମଣ୍ଡଳ ଗଠନ ହେବ ବୋଲି ଚର୍ଚ୍ଚା ହେଉଛି ।କୁହାଯାଉଛି ଏଥର ମହାରାଷ୍ଟ୍ରରେ ମୋଟ ୪୨ ଜଣ ମନ୍ତ୍ରୀ ରହିବେ । ଏଥିରେ ମୁଖ୍ୟମନ୍ତ୍ରୀ ଓ ଉପ-ମୁଖ୍ୟମନ୍ତ୍ରୀ ପଦ ମଧ୍ୟ ସାମିଲ ଅଛି । ଏକନାଥ ସିନ୍ଦେ ଏବେ ମୁଖ୍ୟମନ୍ତ୍ରୀ ଭାବରେ ଥିବାବେଳେ, ଦେବେନ୍ଦ୍ର ଫଡନାବିସ୍ ଉପ-ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି । ତେଣୁ ଆଉ ୪୦ ଜଣ ନେତା ମନ୍ତ୍ରୀ ପଦ ପାଇବେ ।
Trending
- ସଂସଦରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି, ଜନ୍ତରମନ୍ତରରେ ପୁଲିସ-ସିଜେପି ବିକ୍ଷୋଭକାରୀ ମୁହାଁମୁହିଁ
- ଏଣିକି ରାଜ୍ୟରେ ଅଣ୍ଡର ଗ୍ରାଉଣ୍ଡ ବିଦ୍ୟୁତ୍ ଲାଇନ୍ ବିଛାଯିବ
- ସଂଶୋଧିତ ଇଂରାଜୀ ବନାନକୁ ସମସ୍ତ ସରକାରୀ କାର୍ଯ୍ୟରେ କାର୍ଯ୍ୟକାରୀ କରିବାକୁ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ
- ପୋଲିସ ମୁଖ୍ୟାଳୟରେ ଜୀବନ ହାରିଲେ ଡିଜିପି,ନିଜ ସର୍ଭିସ ପିସ୍ତଲରେ ନିଜକୁ କଲେ ଗୁଳି
- ଆଜି ଶ୍ରାବଣ ମାସର ପ୍ରଥମ ସୋମବାର,ମହାଦେବଙ୍କୁ ଜଳାଭିଷେକ କରିବା ପାଇଁ ସକାଳୁ ସକାଳୁ ରାଜ୍ୟର ପ୍ରମୁଖ ଶୈବ ପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼
- ଆଜିଠାରୁ ସଂସଦର ମୌସୁମୀ ଅଧିବେଶନ
- ମହାପ୍ରଭୁଙ୍କ ଦୁର୍ଲଭ ଆଡ଼ପ ଦର୍ଶନ କରୁଛନ୍ତି ଭକ୍ତ, ପ୍ରବଳ ଖରା ଓ ଗୁଳୁଗୁଳି ଯୋଗୁଁ ମହିଳା ଶ୍ରଦ୍ଧାଳୁ ଅସୁସ୍ଥ
- ରାଜ୍ୟରେ କୌଣସି ନଦୀରେ ନାହିଁ ବନ୍ୟା ସ୍ଥିତି,ମୁଣ୍ଡଳୀରେ ଅଢେଇ ଲକ୍ଷ କ୍ୟୁସେକ୍ ପାଣି ଆସିବ , ଯାହା ବିପଦ ନୁହେଁ – ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ
- ଶ୍ରୀମନ୍ଦିରରେ ଏଏସଆଇ ଟିମ୍,ଗର୍ଭଗୃହ, ନାଟମଣ୍ଡପ ସହିତ ଭୋଗ ମଣ୍ଡପର ସଂରକ୍ଷିତ କାର୍ଯ୍ୟ କରାଯିବ
- ପୁଣି ଥରେ ମହାକାଶରେ ଇତିହାସ ସୃଷ୍ଟି କରିଛି ଭାରତ,ସଫଳତାର ସହ ଉତକ୍ଷେପଣ କଲା