ଓଡ଼ିଶାର ସାତକୋଶିଆ ଗର୍ଜ (ଦୁଇ ପର୍ବତ ମଧ୍ୟରେ ସଙ୍କୁଚିତ ଜଳ ମାର୍ଗ) ସମେତ ଦେଶର ଆଉ ୧୦ଟି ଆର୍ଦ୍ର ଭୂମିକୁ ରାମସାର କ୍ଷେତ୍ର ମାନ୍ୟତା ମିଳିଛି । ଏହାକୁ ମିଶାଇ ଦେଶରେ ମୋଟ୍ ରାମସାର କ୍ଷେତ୍ର ସଂଖ୍ୟା ୬୪ରେ ପହଞ୍ଚିଛି । ଏବେ ଦେଶରେ ମୋଟ୍ ୧୨,୫୦,୩୬୧ ହେକ୍ଟର ଆର୍ଦ୍ରଭୂମି କ୍ଷେତ୍ରକୁ ଏହି ମାନ୍ୟତା ମିଳିଛି । ଚଳିତ ଥର ତାମିଲନାଡ଼ୁର ୬ଟି ଆର୍ଦ୍ରଭୂମିକୁ ରାମସାର ମାନ୍ୟତା ମିଳିଥିବା ବେଳେ ଓଡ଼ିଶା, ଗୋଆ, କର୍ଣ୍ଣାଟକ, ମଧ୍ୟପ୍ରଦେଶର ଗୋଟିଏ ଲେଖାଏଁ କ୍ଷେତ୍ରକୁ ଏହି ମାନ୍ୟତା ପ୍ରଦାନ କରାଯାଇଛି । ରାମସାର ମାନ୍ୟତା ମିଳିବା ଫଳରେ ଏସବୁ ଆର୍ଦ୍ରଭୂମିର ସଂରକ୍ଷଣ ଏବଂ ପରିଚାଳନାରେ ସହାୟତା ମିଳିପାରିବ ତଥା ସମ୍ବଳର ସୁବିନିଯୋଗ ହୋଇପାରିବ ।୧୯୭୧ ମସିହାରେ ଇରାନରେ ରାମସାର କନଭେନ୍ସନ ସ୍ବାକ୍ଷରିତ ହୋଇଥିଲା । ଏଥିରେ ଭାରତ ଅନ୍ୟତମ ଚୁକ୍ତିବଦ୍ଧ ପକ୍ଷ ରହିଛି । ଫେବୃଆରୀ ପହିଲା ୧୯୮୨ରେ ଭାରତ ଏଥିରେ ସ୍ବାକ୍ଷର କରିଥିଲା । ଏବେ ସୁଦ୍ଧା ଭାରତରେ ଅନ୍ତର୍ଜାତୀୟ ଗୁରୁତ୍ବ ବହନ କରୁଥିବା ୧୨,୫୦,୩୬୧ ହେକ୍ଟର କ୍ଷେତ୍ରଫଳ ବିଶିଷ୍ଟ ୬୪ଟି ଆର୍ଦ୍ରଭୂମିକୁ ରାମସାର ମାନ୍ୟତା ମିଳିଛି ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ