ଆଗାମୀ ଉପ-ରାଷ୍ଟ୍ରପତି ନିର୍ବାଚନରେ ଏନଡିଏ ପ୍ରାର୍ଥୀ ଜଗଦୀପ ଧନଖଡ ବିଜୟୀ ହେବା ସୁନିଶ୍ଚିତ । କାରଣ ଏନଡିଏ ପାଖରେ ବହୁମତ ରହିଛି । ତେବେ ମିଳିତ ବିରୋଧୀ ପ୍ରାର୍ଥୀଙ୍କୁ ମଧ୍ୟ ସମର୍ଥନ ବଢ଼ୁଛି । ଏବେ ଟିଆରଏସ ତାର ସମର୍ଥନ ଜଣାଇଛି । ଟିଆରଏସ ବିରୋଧୀ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ତାଙ୍କର ସମର୍ଥନ ଜଣାଇଛି । ଦଳର ସଭାପତି ତଥା ତେଲେଙ୍ଗନା ମୁଖ୍ୟମନ୍ତ୍ରୀ କେ ଚନ୍ଦ୍ରଶେଖର ରାଓ ଏ ବାବଦରେ ନିଷ୍ପତ୍ତି ନେଇଛନ୍ତି । ଏଥିପାଇଁ ସେ ଏକ ବିବୃତ୍ତି ଯୋଗେ ଏହି ସୂଚନା ଦେଇଛନ୍ତି ।ଆଗକୁ ହେବାକୁ ଥିବା ଉପରାଷ୍ଟ୍ରପତି ନିର୍ବାଚନରେ ସମସ୍ତ ୧୬ଜଣ ଟିଆରଏସ ସାଂସଦ ବିରୋଧୀ ଦଳ ପ୍ରାର୍ଥୀ ମାର୍ଗାରେଟ ଆଲଭାଙ୍କୁ ଭୋଟ ଦେବ ବୋଲି କହିଛି । ଏହା ପୂର୍ବରୁ ଜେଏମଏମ ଏବଂ ଆପ ମଧ୍ୟ ତାଙ୍କର ସମର୍ଥନ ମାର୍ଗାରେଟଙ୍କୁ ଦେବ ବୋଲି କହିସାରିଛି । ଆସନ୍ତାକାଲି ଅଗଷ୍ଟ ୬ ତାରିଖରେ ଉପରାଷ୍ଟ୍ରପତି ନିର୍ବାଚନ ହେବାକୁ ଥିବା ବେଳେ ଏନଡିଏ ତରଫରୁ ଜଗଦୀପ ଧନଖଡ ଏବଂ ବିରୋଧୀ ମାନେ ମାର୍ଗାରେଟ ଆଲଭାଙ୍କୁ ପ୍ରାର୍ଥୀ ଭାବେ ଚୟନ କରିଛନ୍ତି । କେବଳ ସାଂସଦମାନେ ଉପରାଷ୍ଟ୍ରପତି ନିର୍ବାଚନରେ ଭାଗନେବେ ।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ