ଦିଲ୍ଲୀଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଠାରୁ ଦିଲ୍ଲୀ ଗସ୍ତରେ ଯାଉଛନ୍ତି । ଆସନ୍ତା 6ରେ ଉପରାଷ୍ଟ୍ରପତି ନିର୍ବାଚନ ହେବ । ବିଜେଡି ସାଂସଦମାନେ ଏନଡିଏ ପ୍ରାର୍ଥୀଙ୍କୁ ଭୋଟ ଦେବାପାଇଁ କହିବେ ମୁଖ୍ୟମନ୍ତ୍ରୀ । ଦିଲ୍ଲୀରେ ଅନ୍ୟନେତାମାନଙ୍କୁମ ମଧ୍ୟ ସାକ୍ଷାତ କରିପାରନ୍ତି ମୁଖ୍ୟମନ୍ତ୍ରୀ । ଏହା ସହ ଆସନ୍ତା ୭ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ନୀତି ଆୟୋଗ ବୈଠକରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଏହି ବୈଠକରେ ସେ ଓଡ଼ିଶାକୁ ସ୍ୱତନ୍ତ୍ର ରାଜ୍ୟପାହ୍ୟା ମାନ୍ୟତା ଦେବାକୁ ଦାବି ଦୋହରାଇବେ ।

ଏହା ସହିତ କେନ୍ଦ୍ର ଠାରୁ ପାଇବାକୁ ଥିବା ବକେୟା ଅର୍ଥ ନେଇ ମଧ୍ୟ ଆଲୋଚନା କରିବେ । ଏଥିସହ ରେଳ, ଟେଲିକମ୍‌ ଏବଂ ଗ୍ରାମାଞ୍ଚଳରେ ବ୍ୟାଙ୍କିଂ କ୍ଷେତ୍ରକୁ ସୁଦୃଢ଼ କରିବାକୁ ସେ ଦାବି କରିବେ ।ସୂଚନାଯୋଗ୍ୟ ଯେ, ଗତ ସପ୍ତାହରେ ନୀତି ଆୟୋଗ ଉପାଧ୍ୟକ୍ଷ ସୁମନ ବେରୀ ଭୁବନେଶ୍ୱର ଆସି ମୁଖ୍ୟମନ୍ତ୍ରୀଙ୍କ ସହ ସାକ୍ଷାତ ଆଲୋଚନା କରିଥିଲେ । ଏପରିକି ରାଜ୍ୟ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମକୁ ସେ ପ୍ରଶଂସା କରିଥିଲେ ।