ଭାରତୀୟ ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ଏନ ଭି ରମନ୍ନାଙ୍କ କାର୍ଯ୍ୟକାଳ ଚଳିତମାସ ୨୬ ତାରିଖରେ ସମାପ୍ତ ହେବାକୁ ଯାଉଛି । ତାଙ୍କ ପରେ ତାଙ୍କର ଉତ୍ତରାଧିକାରୀ ଭାବେ ସେ ଜଷ୍ଟିସ ୟୁ ୟୁ ଲଲିତଙ୍କ ନାମ କେନ୍ଦ୍ର ସରକାରଙ୍କ ନିକଟରେ ସୁପାରିଶ କରିଛନ୍ତି । ଏହି କ୍ରମରେ ଜଷ୍ଟିସ ଉଦୟ ଉମେଶ ଲଲିତ ଚଳିତମାସ ୨୭ ତାରିଖରେ ସୁପ୍ରିମକୋର୍ଟର ୪୯ ତମ ମୁଖ୍ୟ ବିଚାରପତି ଭାବେ ଶପଥ ନେବାକୁ ଯାଉଛନ୍ତି । ହେଲେ ସବୁଠାରୁ ବଡ କଥା କି ସେ ମାତ୍ର ୭୪ ଦିନ ପାଇଁ ଏହି ପଦରେ ରହିବେ । ଏହାର କାରଣ ହେଉଛି ଜଷ୍ଟିସ ଲଳିତ ନଭେମ୍ବର ୮ ତାରିଖରେ ଅବସର ନେବାକୁ ଯାଉଛନ୍ତି ।ଜଷ୍ଟିସ ଉଦୟ ଉମେଶ ଲଳିତ ସୁପ୍ରିମକୋର୍ଟର ସେହି କଲେଜିୟମର ନେତୃତ୍ୱ ନେବେ ଯେଉଁ କଲେଜିୟମରେ ଜଷ୍ଟିସ ଡିୱାଇ ଚନ୍ଦ୍ରଚୁଡ, ଜଷ୍ଟିସ କୌଲ, ଜଷ୍ଟିସ ନଜୀର ଓ ଜଷ୍ଟିସ ଇନ୍ଦୀରା ବାନାର୍ଜୀ ସାମିଲ ହେବେ । ହେଲେ ଜଷ୍ଟିସ ଇନ୍ଦୀରା ବାନାର୍ଜୀ ସେପ୍ଟେମ୍ବର ୨୩ ତାରିଖରେ ଅବସର ନେଉଥିବାରୁ ତାଙ୍କ ସ୍ଥାନରେ ଜଷ୍ଟିସ ଏମ କେ ଜୋସେଫ ସାମିଲ ହେବେ ।
Trending
- କେରଳ ଉପକୂଳରେ ସିଙ୍ଗାପୁରର କଣ୍ଟେନର ଜାହାଜ ରେ ବିସ୍ଫୋରଣ
- ଦେଶର ଦ୍ବିତୀୟ ସର୍ବବୃହତ ଭାୟାଡକ୍ଟ ସେତୁ ଓଡ଼ିଶାରେ ନିର୍ମାଣ ,୨୦୨୬ ମାର୍ଚ୍ଚ ସୁଦ୍ଧା ସମ୍ପୂର୍ଣ୍ଣ ସେତୁ ନିର୍ମାଣ କାର୍ଯ୍ୟ ଶେଷ
- ହନିମୁନକୁ ନେଇ ସ୍ବାମୀଙ୍କୁ ହତ୍ୟା କରିଥିଲେ ସ୍ତ୍ରୀ ସୋନମ୍
- ଓଡ଼ିଶା ମଣ୍ଡପ ପାଇଁ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଜାଗା ଚିହ୍ନଟ
- ଆମେ ପ୍ରତିଶ୍ରୃତି ଦେଇଥିବା ୨୧ଟି କାର୍ଯ୍ୟକ୍ରମ ମଧ୍ୟରୁ ଏକ ବର୍ଷ ଭିତରେ ୧୧ଟି କାର୍ଯ୍ୟକାରୀ କରିଛୁ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ନିର୍ମାଣାଧୀନ ୬ ମହଲା କୋଠାରୁ ପଡ଼ି ଜଣେ ଶ୍ରମିକ ମୃତ
- ଯବାନଙ୍କ ଗୁଳିରେ 7 ମାଓବାଦୀ ଗିରଫ
- କଂଗ୍ରେସ ସାଂସଦ ସୋନିଆ ଗାନ୍ଧୀ ଅସୁସ୍ଥ ,ଡାକ୍ତରଖାନାରେ ଭର୍ତ୍ତି
- 4 ଟି ପ୍ରସ୍ତାବ ବାଜିଲା କ୍ୟାବିନେଟ ମୋହର , ମୁଖ୍ୟମନ୍ତ୍ରୀ ସହରୀ ବିକାଶ ଯୋଜାନା କୁ ମିଳିଲା ଅନୁମୋଦନ
- ବିକଶିତ କୋଟିଆ ପାଇଁ ମାଷ୍ଟର ପ୍ଲାନ
Next Post