ଗତ 24 ଘଂଟା ଧରି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଆଜି ୧୭ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, କନ୍ଧମାଳ, ଗଂଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, ସୋନପୁର, ବରଗଡ଼, ଅନୁଗୁଳ, ଢେଙ୍କାନାଳ, କଟକ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ଆଗାମୀ 24 ଘଂଟା ମଧ୍ୟରେ ଲଗାଣ ବର୍ଷା ହେବା ସଂଭାବନା ରହିଛି ।
ପାଣି ବିଭାଗର ସୂଚନା ଅନୁସାରେ, ୭ ତାରିଖ ବେଳକୁ ଉତ୍ତର-ପଶ୍ଚିମ ତତ୍ସଂଲଗ୍ନ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କେନ୍ଦ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୦ ତାରିଖ ଯାଏ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜିଠୁ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ । ତଳିଆ ଅଞ୍ଚଳରେ ପାଣି ଜମିବା ସହ ପ୍ରବଳ ବର୍ଷା ପ୍ରଭାବରେ ଅସୁରକ୍ଷିତ ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ସମ୍ଭାବନା ରହିଛି। ଚାଷୀ ମାନଙ୍କୁ ସାମୟିକ ଭାବେ ସତର୍କ ରହିବା ପାଇଁ ପରାମର୍ଶ ଦିଆଯାଇଛି ।
୭ ତାରିଖରୁ ମତ୍ସ୍ୟଜୀବୀମାନଙ୍କୁ ଗଭୀର ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।