ଆଜିର ରାଶିଫଳ

ମେଷ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ବିବିଧ ସ୍ତରରୁ ଧନାଗମ ହୋଇପାରେ।

ବୃଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ସ୍ବାଦିଷ୍ଟ ଭୋଜନରେ ଆପ୍ୟାୟିତ ହେବେ। ଉପହାର ପ୍ରାପ୍ତିର ସୂଚନା ମିଳୁଛି। ଐଶ୍ବର୍ଯ୍ୟଯୁକ୍ତ ହେବେ। ସଂଗ୍ରାମୀ ମନୋବୃତ୍ତିର ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ।

ମିଥୁନ: କର୍ମଚଞ୍ଚଳ ରହିବେ। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ଏକାନ୍ତ ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ମଧୁର କଥାରେ ପରକୁ ଆପଣାର କରି କାର୍ଯ୍ୟ ହାସଲ କରିବେ। ସୁସ୍ଥ ରହିବେ।

କର୍କଟ: ଯଶସ୍ବୀ ହେବେ। କର୍ମଚଞ୍ଚଳ ରହିବେ। ଆୟୁଷ୍ମାନ୍‌ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

ସିଂହ: କୁଳ ଉଜ୍ଜ୍ବଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହେବେ। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ନିଜ ପରିବାର ପ୍ରତି ସ୍ନେହସଦ୍ଦିଚ୍ଛା ଭାବ ଜାଗ୍ରତ ରହିବ।

କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପ୍ରବଳ ଉଦ୍ୟୋଗୀ ହୋଇପାରନ୍ତି।

ତୁଳା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ମିତ୍ରମାନେ କରଛଡ଼ା ଦେଇପାରନ୍ତି। ଅକସ୍ମାତ୍‌ ଉପୁଜିବାକୁ ଥିବା ବିପଦକୁ ସାହସର ସହ ମୁକାବିଲା କରିବେ।

ବିଛା: ଜଣେ ସମାଜସେବୀ ଭାବେ ଉଚ୍ଚ ସମ୍ମାନର ଅଧିକାରୀ ହୋଇପାରନ୍ତି। ବ୍ୟବସାୟ ଲାଭଦାୟକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ଅହଂଭାବକୁ ବିସର୍ଜନ ଦେଇ ସେବା ଭାବନାରେ ଉନ୍ମୁଖ ହେବେ।

ଧନୁ: ଆୟର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

ମକର: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।

କୁମ୍ଭ: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଜଳଯାତ୍ରାରେ ବିପଦ ରହିଛି।

ମୀନ: ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଭକ୍ତିପୂତ ଆଦର, ସମ୍ମାନ ମିଳିବ। ଧାର୍ମିକ ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହେବେ। ସୁସ୍ଥ ରହିବେ। ସର୍ବତ୍ର ବିଜୟୀ ହେବେ।

Leave a comment