ଆଜିର ରାଶିଫଳ

ମେଷ:-ଲୋକମାନଙ୍କ ମଧ୍ୟରେ ଆପଣଙ୍କର ମାନ ସମ୍ମାନ ବଢ଼ିବ। ବିଦେଶୀ କଂପାନି ସହ ଡ଼ିଲ ହେବାର ଯୋଗ ଅଛି। କୌଣସି ବନ୍ଧୁ ସହ ମିଶିବା ଲାଗି ତାଙ୍କ ଘରକୁ ଯିବେ। ରାଜନୀତିରେ ସଫଳତା ପାଇବେ।

ମିଥୁନ:-ଦାମ୍ପତ୍ୟ ଜୀବନ ମିଷ୍ଟତାରେ ପୂର୍ଣ୍ଣ ରହିବ। ସଚ୍ଚୋଟ ଲୋକଙ୍କ ସହଯୋଗରେ ବଡ଼ ପ୍ରୋଜେକ୍ଟ ପୂରା କରିବାରେ ସଫଳ ହେବେ। ନୂଆ ବ୍ୟବସାୟ ଆରମ୍ଭ ପୂର୍ବରୁ କାହାରି ପରାମର୍ଶ ନିଅନ୍ତୁ।

କର୍କଟ:-ଆର୍ଥିକ ସ୍ଥିତିୁ ସୁଦୃଢ଼ କରିବା ଲାଗି ଆପଣଙ୍କ ରଚନାତ୍ମକ କ୍ଷମତା ପ୍ରୟୋଗ କରିବେ। ନୂଆ ବ୍ୟବସାୟ ଆରମ୍ଭ କରିବା ପୂର୍ବରୁ ଅନୁଭବୀ ବ୍ୟକ୍ତିଙ୍କ ପରାମର୍ଶ ନିଅନ୍ତୁ।

ସିଂହ:-ଆପଣଙ୍କ ସମ୍ମୁଖକୁ ଆସୁଥିବା ସବୁ ଆହ୍ବାନର ଦୃଢ଼ଭାବେ ମୁକାବିଲା କରିପାରିବେ। ଯେଉଁମାନେ ପ୍ରେମ କରୁଛନ୍ତି ସେମାନଙ୍କ ସମ୍ବନ୍ଧରେ ମଧୁରତା ଆସିବ। ବଜେଟକୁ ଧ୍ୟାନ ରଖି ଖର୍ଚ୍ଚ କରନ୍ତୁ।

କନ୍ୟା:-ଆତ୍ମବିଶ୍ବାସ ବଳରେ ଆପଣଙ୍କ କାମ ପୂରା କରିନେବେ। ବ୍ୟବସାୟ କାମ ପାଇଁ ଦୂରସ୍ଥାନକୁ ଯିବେ। ଚାକିରି ବିଷୟରେ ଆପଣ ବହୁତ ବ୍ୟବହାରିକ ରହିବେ। ବୈବାହିକ ଜୀବନ ସୁଖମୟ ହେବ।

ତୁଳା:-ଘରେ ପୂଜାପାଠର ଆୟୋଜନ କରିପାରନ୍ତି। ଶିକ୍ଷାର୍ଥୀଙ୍କୁ ପରିଶ୍ରମ ଅନୁସାରେ ସଫଳତା ମିଳିବ। ଚାକିରିଆଙ୍କୁ ଭଲ ପରିଣାମ ପାଇଁ ଅଧିକ ପରିଶ୍ରମ କରିବାକୁ ହେବ। ପ୍ରେମୀ ଯୁଗଳଙ୍କୁ ଦିନଟି ଖୁସି ଦେବ।

ବିଛା:-ଆପଣଙ୍କର ଅଧୁରା ଥିବା ସବୁ କାମ ପୂରା କରିପାରିବେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସା ପାଇବେ। ପ୍ରଭାବଶାଳୀ ବ୍ୟକ୍ତିଙ୍କ ସହଯୋଗ ପାଇବେ। ସାମାଜିକ ପରିସର ବୃଦ୍ଧି ହେବ। ପ୍ରେମ ଜୀବନ ଭଲ ରହିବ।

ଧନୁ:-କାହାରି ମାମଲାରେ ଦଖଲ ଦେବାରେ ନିବୃତ୍ତ ରୁହନ୍ତୁ। ବନ୍ଧୁ ଦେଇଥିବା ପରାମର୍ଶ ଗ୍ରହଣ କରିନିଅନ୍ତୁ। ପିଲମାନଙ୍କ ପାଠପଢ଼ାକୁ ନେଇ ଆପଣ ସତର୍କ ରହିବା ଦରକାର।

ମକର:-କୋର୍ଟ କଚେରି ମାମଲାରେ ନିସ୍ତାର ପାଇବେ। ଇଂଜିନିୟରଙ୍କ ଲାଗି ଦିନଟି କିଛି ପରିବର୍ତ୍ତନ ଆଣିବ। ମାଆଙ୍କ ସ୍ବାସ୍ଥ୍ୟରେ ସୁଧାର ହେବ। ପ୍ରେମୀ ଯୁଗଳ ଜଣେ ଅନ୍ୟଜଣଙ୍କ ଭାବନାକୁ ସମ୍ମାନ କରିବେ।

କୁମ୍ଭ:-ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ। ସବୁ ଅଶାନ୍ତିର ସମାଧାନ ବାହାରିବ। ଜୀବନସାଥୀ ସହ କିଛି ଖୁସିର ମୁହୂର୍ତ୍ତ ଅତିବାହିତ କରିବେ। ଶାରୀରିକ ଦୃଷ୍ଟିରୁ ସୁସ୍ଥ ଓ ସତେଜ ରହିବେ।

ମୀନ:-ଚାକିରି ବୃତ୍ତିରେ ଲାଗି ରହିଥିବା ବାଧା ସମାପ୍ତ ହୋଇଯିବ। ଆର୍ଥିକ କ୍ଷେତ୍ରରେ ଆପଣଙ୍କୁ ଉନ୍ନତି ମିଳିବ। ଖୁସି ଖବର ପାଇବେ। ବନ୍ଧୁ ସହ ସିନେମା ଦେଖିବାର ଯୋଜନା କରିବେ।

Leave a comment