କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ,ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ
ବୌଦ୍ଧ ଜିଲ୍ଲା ବାଉଁଶୁଣି ଅଞ୍ଚଳରେ ଶନିବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ଝଡ଼ତୋଫାନ ହୋଇ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖୋର୍ଦ୍ଧା-ବଲାଙ୍ଗୀର ୫୭ ନମ୍ବର ଜାତୀୟ ରାଜପଥର ବହୁ ସ୍ଥାନରେ ଗଛ ଭାଙ୍ଗିଯାଇ ରାସ୍ତା ଅବରୋଧ ହୋଇଛି। ଫଳରେ ବାଉଁଶୁଣିରୁ ମନମୁଣ୍ଡାକୁ ଯୋଗାଯୋଗ ବିଛିନ୍ନ ହୋଇଛି।…