ମେଟ୍ରୋ ଟିଭି ଓଡିଶା,୧/୨ : କିଛି ଦିନ ପରେ ୫ ରାଜ୍ୟରେ ଅନୁଷ୍ଠିତ ହେବ ବିଧାନସଭା ନିର୍ବାଚନ । ତେବେ ନିର୍ବାଚନ ପୂର୍ବରୁ ମଧ୍ୟବିତ୍ତଙ୍କୁ ବଡ଼ ଆଶ୍ଵସ୍ତି ପ୍ରଦାନ କରିଛନ୍ତି କେନ୍ଦ୍ର ସରକାର। ବାଣିଜ୍ୟିକ ଉଦ୍ଦେଶ୍ୟରେ ବ୍ୟବହୃତ ଏଲପିଜି ସିଲିଣ୍ଡର ଶସ୍ତା ହୋଇଛି।
ଗ୍ୟାସ୍ ଦରଦାମ୍ କମାଇଛନ୍ତି ସରକାର। ଏଲପିଜି ସିଲିଣ୍ଡରର ଦାମ୍ ପିଛା ୯୧ ଟଙ୍କା ୫୦ ପଇସା ହ୍ରାସ ପାଇଛି। ନୂଆ ଦରଦାମ୍ ମଙ୍ଗଳବାର ଅର୍ଥାତ୍ ଫେବୃଆରୀ ୧ ତାରିଖ ଠାରି ଲାଗୁ ହୋଇଛି। ଏନେଇ ତୈଳ କମ୍ପାନୀମାନେ ସୂଚନା ଦେଇଛନ୍ତି । ନୂଆ ଦର ଲାଗୁ ହେଲା ପରେ ଦିଲ୍ଲୀରେ ୧୯ କେ.ଜିର ବାଣିଜ୍ୟିକ ଗ୍ୟାସ୍ ସିଲିଣ୍ଡର ୧୯୦୭ ଟଙ୍କାକୁ ଖସି ଆସିଛି ।
ସେହିପରି ସବସିଡି ଯୁକ୍ତ ଘରୋଇ ଗ୍ୟାସ୍ ସିଲିଣ୍ଡର ଦାମ ମଧ୍ୟ ହ୍ରାସ ପାଇଛି । ଦାମ୍ ହ୍ରାସ ପରେ ଦିଲ୍ଲୀରେ ସବସିଡି ଯୁକ୍ତ ଘରୋଇ ଗ୍ୟାସ୍ ସିଲିଣ୍ଡରର ଦାମ୍ ୮୯୯.୫୦ ଟଙ୍କା ହୋଇଥିବା ବେଳେ କୋଲକାତାରେ ୯୨୬ ଟଙ୍କା ହୋଇଯାଇଛି। ସେହିପରି ମୁମ୍ଵାଇରେ ନୂଆ ଦରଦାମ୍ ଦିଲ୍ଲୀ ସହ ସମାନ ରହିଛି । ଚେନ୍ନାଇରେ ଗ୍ୟାସ୍ ଦର ୯୧୫ ଟଙ୍କା ୫୦ ପଇସା ହୋଇଯାଇଛି। ତେବେ ବିନା ସବସିଡି ଯୁକ୍ତ ରନ୍ଧନ ଗ୍ୟାସ ଦରରେ କୌଣସି ପରବର୍ତ୍ତନ ହୋଇନାହିଁ ।
Trending
- ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୫ ପାଳିତ , ୬ ଲକ୍ଷ ରାସନ କାର୍ଡ ବାଣ୍ଟନ ସହିତ ନୂତନ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ସୁଭଦ୍ରା ଟଙ୍କା
- ପାକିସ୍ତାନୀଙ୍କୁ ଡ଼େଡ଼ଲାଇନ , ୩ ଦିନ ଭିତରେ ଭାରତ ଛାଡି ପାକିସ୍ତାନ ପଳାଅ
- ଭୁବନେଶ୍ବରରେ ସ୍ଥାପନ କରାଯିବ ଇଏସ୍ଆଇସି ମେଡିକାଲ୍ କଲେଜ
- ପହଲଗାମ ଆତଙ୍କୀ ଆକ୍ରମଣ ଘଟଣା: ପ୍ରଶାନ୍ତ ଶତପଥୀଙ୍କୁ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
- ନିଜ ଜୀବନ ପ୍ରତି ବିପଦ ଥିବାରୁ ସୁରକ୍ଷା ପ୍ରଦାନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କଲେ ଯାତ୍ରା କଳାକାର ଓ କର୍ମଚାରୀ ସଂଘ ସଭାପତି ବାପି ପଣ୍ଡା
- ରାଜ୍ୟରେ ନୂଆ ଏନଏସି ଗଠନ ପାଇଁ ପ୍ରକ୍ରିୟା ତ୍ୱରାନ୍ୱିତ
- ପହଲଗାମ ଆକ୍ରମଣ ପରେ ପାକିସ୍ତାନ ସହିତ ସିନ୍ଧୁଜଳ ଚୁକ୍ତିକୁ ରଦ୍ଦ କରିବା ସହିତ ଓ୍ବାଘା-ଅଟାରୀ ସୀମାକୁ ବନ୍ଦ କଲା ଭାରତ
- ପହଲଗାମ୍ ଆତଙ୍କବାଦୀ ଆକ୍ରମଣକୁ ନେଇ ବଡ଼ ଖବର , ୩ ଆତଙ୍କବାଦୀଙ୍କ ସ୍କେଚ୍ ଜାରି
- ଜମ୍ମୁ ଓ କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ, ମୃତ୍ୟୁସଂଖ୍ୟା ୨୦ ରେ ପହଞ୍ଚିଛି
- କାଳ ବୈଶାଖି ପରେ ରାଜ୍ୟରେ ଉପରମୁହାଁ ପାରଦ
Next Post