ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଅଧ୍ୟକ୍ଷତାରେ ନୂଆଦିଲ୍ଲୀ ଠାରେ ଅନୁଷ୍ଠିତ ହୋଇଥିବା ଦ୍ରବ୍ୟ ଓ ସେବା କର (ଜିଏସଟି)ର ୫୨ତମ ବୈଠକରେ ଅନେକ ବଡ଼ ନିଷ୍ପତ୍ତି ନିଆଯାଇଛି । ଅନେକ ସାମଗ୍ରୀ ଶସ୍ତା ହୋଇଥିବା ବେଳେ ଆଉ କିଛି ସାମଗ୍ରୀ ମହଙ୍ଗା ହୋଇଛି । ଉକ୍ତ ବୈଠକରେ ରାଜ୍ୟ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଯୋଗଦେଇଥିଲେ ।ଖୋଲାରେ ବିକ୍ରି ହେଉଥିବା ୭୦ ପ୍ରତିଶତ ମିଲେଟ ମିଶ୍ରିତ ଅଟା ସାମଗ୍ରୀରେ ଜିଏସଟି ଲାଗିବନି । ଏଥିସହିତ ୭୦ ପ୍ରତିଶତ ମିଲେଟ ମିଶ୍ରିତ ବ୍ରାଣ୍ଡେଡ ଅଟା ଉପରେ ୧୮ ପ୍ରତିଶତ ବଦଳରେ ୫ ପ୍ରତିଶତ ଜିଏସଟି ଲାଗିବ । ଓଡ଼ିଶାର ଦାବିକୁ ଜିଏସଟି ପରିଷଦ ଗ୍ରହଣ କରିଥିଲା । ଯଅ, ବାଜରା ଓ ରାଗୀ ଆଦି ପ୍ରସ୍ତୁତ ଖାଦ୍ୟକୁ ଟିକସମୁକ୍ତ କରାଯାଇଛି । ଏବେ ସେଥିରେ ୧୮ ପ୍ରତିଶତ ଟିକସ ଲାଗୁଛି ।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post