ଚଳିତ ଆର୍ଥିକ ବର୍ଷର ୬ଷ୍ଠ ମାସରେ ରେକର୍ଡ ପରିମାଣର ସାମଗ୍ରୀ ଏବଂ ସେବା ଟିକସ (ଗୁଡ୍ସ ଆଣ୍ଡ ସର୍ଭିସ ଟ୍ୟାକ୍ସ ବା ଜିଏସଟି) ସଂଗ୍ରହ କରାଯାଇଛି ବୋଲି ରବିବାର ଅର୍ଥମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ଭାବେ ସୂଚନା ଦିଆଯାଇଛି। ଉଲ୍ଲେଖଯୋଗ୍ୟ, ୨୦୨୩-୨୪ ଆର୍ଥିକ ବର୍ଷର ସେପ୍ଟେମ୍ବରରେ ଦେଶର ଜିଏସଟି ପ୍ରାୟ ୧.୬୩ (୧,୬୨,୭୧୨) ଲକ୍ଷ କୋଟି ଟଙ୍କାର ଟିକସ ରାଜସ୍ବ ଆକାରରେ ସଂଗ୍ରହ କରାଯାଇଛି। ଏପରିକି ୨୦୨୨-୨୩ ଆର୍ଥିକ ବର୍ଷର ସମାନ ଅବଧି ମଧ୍ୟରେ ସଂଗ୍ରହ ହୋଇଥିବା ଟିକସ ପରିମାଣ ପ୍ରାୟ ୧.୪୭ ଲକ୍ଷ କୋଟିଠାରୁ ୨୦୨୩-୨୪ ଆର୍ଥିକ ବର୍ଷର ଅଗଷ୍ଟରେ ସଂଗୃହୀତ ଟିକସ ପରିମାଣ ପ୍ରାୟ ୧୦% ଅଧିକ ବୋଲି ମନ୍ତ୍ରଣାଳୟ ପକ୍ଷରୁ କୁହାଯାଇଛି।ଅପରପକ୍ଷରେ କ୍ରମାଗତ ୧୯ ମାସ ପାଇଁ ଦେଶର ଜିଏସଟି ସଂଗ୍ରହ ୧.୪ ଲକ୍ଷ କୋଟିରୁ ଅଧିକ ରହିଥିବାବେଳେ ୧୦ମ ଥର ପାଇଁ ୧.୫ଲକ୍ଷ କୋଟିରୁ ଅଧିକ ପରିମାଣର ଟିକସ ଆଦାୟ ହୋଇଛି ବୋଲି ଅର୍ଥ ମନ୍ତ୍ରଣାଳୟ ପକ୍ଷରୁ ବିସ୍ତୃତ ସୂଚନା ଦିଆଯାଇଛି। ସେହିଭଳି ୨୦୨୩-୨୪ ଆର୍ଥିକ ବର୍ଷରେ ୪ର୍ଥ ଥର ଲାଗି ଜିଏସ୍ଟି ସଂଗ୍ରହ ୧.୬ ଲକ୍ଷ କୋଟିରୁ ଅଧିକ ରହିଥିବା ଜଣାପଡିଛି। ବିଶେଷ କରି ଚଳିତ ଆର୍ଥିକ ବର୍ଷର ପ୍ରଥମ ୬ ମାସ (ଅର୍ଦ୍ଧବାର୍ଷିକ)ରେ ୯,୯୨,୫୦୮ କୋଟି ଟଙ୍କାର ଟିକସ ଜିଏସଟି ଆକାରରେ ଆଦାୟ କରାଯାଇଛି। ଗତ ଆର୍ଥିକ ବର୍ଷର ସମାନ ଅବଧିରେ ଏହି ପରିମାଣ ୮,୯୩,୩୩୪ କୋଟି ଟଙ୍କା ରହିଥିଲା।
Trending
- ସାମୁଦ୍ରିକ ଝଡ଼ ‘ମୋନ୍ଥା’ର ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଜାରି , ରାତି ୧୨ଟା ସୁଦ୍ଧା ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଶେଷ ହେବ
- ୮ମ ବେତନ କମିଶନକୁ ଅନୁମୋଦନ
- ଜିରୋ କାଜୁଆଲିଟି ସରକାରଙ୍କ ଲକ୍ଷ୍ୟ , ପ୍ରଥମ ଓ ଦ୍ୱିତୀୟ ଦିନରେ ୫ଟି ଜିଲ୍ଲା ପ୍ରଭାବିତ ହେବ – ମୁଖ୍ୟମନ୍ତ୍ରୀ
- ଭୟ ନକରି ସତର୍କ ରୁହନ୍ତୁ, ଆମେ ଏକାଠି ବାତ୍ୟାର ମୁକାବିଲା କରିବା – ନବୀନ
- ଛଠ ପୂଜା କାର୍ଯ୍ୟକ୍ରମରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
- ବର୍ତ୍ତମାନ ମୋନ୍ଥା ଗୋପାଳପୁର ଠାରୁ ୫୫୦ କିଲୋମିଟର ଦକ୍ଷିଣ ଦକ୍ଷିଣ-ପଶ୍ଚିମ ଦିଗରେ ରହିଛି
- ବାତ୍ୟା ପାଇଁ ଖୋର୍ଦ୍ଧା ଜିଲାରେ ୨ ଦିନ ସ୍କୁଲ ଛୁଟି ଘୋଷଣା
- ସମ୍ଭାବ୍ୟ ବାତ୍ୟା ‘ମୋନ୍ଥା’ ପାଇଁ ୮ ଜିଲାରେ ସ୍କୁଲ ଛୁଟି ଘୋଷଣା
- ବାତ୍ୟାର ପ୍ରଭାବ ଦାରିଙ୍ଗବାଡ଼ିରେ ଦେଖିବାକୁ ମିଳିଛି, ମଧ୍ୟାହ୍ନରୁ ବର୍ଷା, ପବନ ଲାଗିରହିଛି
- ସରକାର ଗଢ଼ିବା ପାଇଁ ଭୋଟରଙ୍କୁ ପ୍ରତିଦିନ ଲୋଭ ଦେଖାଉଛନ୍ତି ତେଜସ୍ବୀ
Next Post