ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି ଆଜି ଝୋଟ ବର୍ଷ ୨୦୨୩-୨୪ (ଜୁଲାଇ ୧, ୨୦୨୩ରୁ ୩୦ ଜୁନ୍, ୨୦୨୪) ପାଇଁ ପ୍ୟାକେଜିଂରେ ଝୋଟର ବାଧ୍ୟତାମୂଳକ ବ୍ୟବହାର ପାଇଁ ସଂରକ୍ଷଣ ନିୟମକୁ ଅନୁମୋଦନ କରିଛି । ଝୋଟ ବର୍ଷ ୨୦୨୩-୨୪ ପାଇଁ ଅନୁମୋଦିତ ହୋଇଥିବା ବାଧ୍ୟତାମୂଳକ ପ୍ୟାକେଜିଂ ନିୟମ ଅନୁଯାୟୀ ଖାଦ୍ୟଶସ୍ୟର ଶତ ପ୍ରତିଶତ ସଂରକ୍ଷଣ ଏବଂ ୨୦ ପ୍ରତିଶତ ଚିନିକୁ ବାଧ୍ୟତାମୂଳକ ଭାବେ ଝୋଟ ବ୍ୟାଗରେ ପ୍ୟାକିଂ କରାଯିବ।ବର୍ତ୍ତମାନର ପ୍ରସ୍ତାବରେ ସଂରକ୍ଷଣ ନିୟମ ଭାରତରେ କଞ୍ଚା ଝୋଟ ଏବଂ ଝୋଟ ପ୍ୟାକେଜିଂ ସାମଗ୍ରୀର ଘରୋଇ ଉତ୍ପାଦନର ହିତକୁ ଆହୁରି ସୁରକ୍ଷିତ କରିବ, ଯାହାଦ୍ୱାରା ଆତ୍ମନିର୍ଭର ଭାରତ ଲକ୍ଷ୍ୟ ଅନୁରୂପ ଦେଶ ଆତ୍ମନିର୍ଭରଶୀଳ ହୋଇପାରିବ। ଝୋଟ ପ୍ୟାକେଜିଂ ସାମଗ୍ରୀରେ ପ୍ୟାକେଜିଂ ପାଇଁ ସଂରକ୍ଷଣ ଦେଶରେ ଉତ୍ପାଦିତ କଞ୍ଚା ଝୋଟର ପ୍ରାୟ ୬୫% (୨୦୨୨-୨୩ରେ) ବ୍ୟବହାର କରାଯାଏ । ଜେପିଏମ୍ ଆଇନର ବ୍ୟବସ୍ଥାକୁ କାର୍ଯ୍ୟକାରୀ କରି ସରକାର ଝୋଟ ମିଲ୍ ଓ ଆନୁସଙ୍ଗିକ ୟୁନିଟ୍ରେ ନିୟୋଜିତ ୪ ଲକ୍ଷ ଶ୍ରମିକଙ୍କୁ ଆଶ୍ୱସ୍ତି ଦେବା ସହ ପ୍ରାୟ ୪୦ ଲକ୍ଷ କୃଷକ ପରିବାରର ଜୀବିକା ନିର୍ବାହରେ ସହାୟକ ହେବେ। ଏହାବ୍ୟତୀତ ଏହା ପରିବେଶ ସୁରକ୍ଷାରେ ସହାୟକ ହେବ କାରଣ ଝୋଟ ପ୍ରାକୃତିକ, ଜୈବ-ଅବକ୍ଷୟଯୋଗ୍ୟ, ନବୀକରଣଯୋଗ୍ୟ ଏବଂ ପୁନଃବ୍ୟବହାରଯୋଗ୍ୟ ଫାଇବର ଏବଂ ତେଣୁ ଏହା ସମସ୍ତ ସ୍ଥାୟିତା ମାନଦଣ୍ଡ ପୂରଣ କରେ।
Trending
- ସୁଭଦ୍ରା ଯୋଜନାର ହିତାଧିକାରୀମାନେ ୬୦ ବର୍ଷ ବୟସ ପ୍ରାପ୍ତ କରିବା ପରେ ବାର୍ଦ୍ଧକ୍ୟ ପେନସନ ପାଇଁ ଆବେଦନ କରିପାରିବେ
- ପୁଣି ରାହୁଲ ଆଣିଲେ ଅଭିଯୋଗ
- ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ଜୀବନ କେମିତି ନେଲା ଦୀପକ
- ଆଜିଠୁ ବିଧାନସଭାର ମୌସୁମୀ ଅଧିବେସନ ଆରମ୍ଭ
- ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଜନ୍ମଦିନରେ ଓଡ଼ିଶାରେ କୋଟିଏ ଛୁଇଁଲା ବୃକ୍ଷରୋପଣ
- ଶୁଭମିତ୍ରାଙ୍କ ହତ୍ୟା ପାଇଁ ୭ଦିନ ତଳୁ ହୋଇଥିଲା ଷଡ଼୍ଯନ୍ତ୍ର
- ବ୍ରହ୍ମଗିରି ବାଲି ହରଚଣ୍ଡୀ ଗଣଦୁଷ୍କର୍ମ ଘଟଣାକୁ ନେଇ ବିଜେଡି ତାତିଲା
- ୭୫ ବର୍ଷରେ ପାଦ ପାଦ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
- ଭଣ୍ଡ ସନ୍ନ୍ୟାସୀ କିଏ?
- ୯୧୩ଟି ନୂତନ ଅଙ୍ଗନୱାଡି କେନ୍ଦ୍ରର ଉଦଘାଟନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା
Prev Post
Next Post