ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ କମିବ ଟମାଟୋ ଦର । ହୁତୁ ହୁତୁ ବଢ଼ିଚାଲିଥିବା ଦରରେ ବ୍ରେକ ଲାଗିବ । କିଲୋପ୍ରତି ୭୦ ଟଙ୍କାର ଖୁଚୁରା ଦରରେ ଟମାଟୋ ବିକ୍ରିକରିବା ଲାଗି କେନ୍ଦ୍ର ସରକାର ଘୋଷଣା କରିଛନ୍ତି । ଏନସିସିଏଫ୍ ଏବଂ ନାଫେଡ ଜରିଆରେ ଲୋକେ କିଣିପାରିବେ । ଦରବୃଦ୍ଧି ଉପରେ ଅଙ୍କୁଶ ଲଗାଇବା ପାଇଁ ଆନ୍ଧ୍ରପ୍ରଦେଶ, ମହାରାଷ୍ଟ୍ର ଏବଂ କର୍ଣ୍ଣାଟକର ବିଭିନ୍ନ ମଣ୍ଡିରୁ ଟମାଟୋ କିଣି ବିଭିନ୍ନସ୍ଥାନରେ ବିକ୍ରିକରିବା ଲାଗି ଉପଭୋକ୍ତା ବ୍ୟାପାର ବିଭାଗ ପକ୍ଷରୁ ନାଫେଡଏବଂ ଏନ୍ସିସିଏଫକୁ ନିର୍ଦ୍ଦେଶ ଦିଆଯାଇଥିଲା । ଏହି ଦୁଇ ସଂସ୍ଥା ଗତକାଲି ସୁଦ୍ଧା ୩୯୧ ମେଟ୍ରିକଟନ୍ ଟମାଟୋ କିଣି ଶସ୍ତାଦରରେ ଉପଭୋକ୍ତାଙ୍କୁ ଯୋଗାଇଦେଇଛନ୍ତି । ଦିଲ୍ଲୀ-ଏନସିଆର, ରାଜସ୍ଥାନ, ଉତ୍ତରପ୍ରଦେଶଏବଂବିହାରର ପ୍ରମୁଖ ଉପଯୋଗ କେନ୍ଦ୍ରରେ ଖୁଚୁରା ଉପଭୋକ୍ତାଙ୍କୁ ଏହି ଦୁଇ ସଂସ୍ଥା ଦ୍ୱାରା ଟମାଟୋ ବିକ୍ରି କରାଯାଉଛି । ଟମାଟୋର ପାଇକାରୀ ମୂଲ୍ୟ ହ୍ରାସକୁ ଦୃଷ୍ଟିରେ ରଖି ସରକାର ଏହି ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଏନସିସିଏଫ ଏବଂ ନାଫେଡ ଦ୍ୱାରା କିଣାଯାଇଥିବା ଟମାଟୋକୁ ଜୁଲାଇ ୧୬, ୨୦୨୩ ଠାରୁ କିଲୋପ୍ରତି ୯୦ ଟଙ୍କା ଏବଂ ୮୦ ଟଙ୍କାରେ ଯୋଗାଇ ଦିଆଯାଇଥିଲା । ବର୍ତ୍ତମାନ ୭୦ ଟଙ୍କାରେ ଟମାଟୋ ବିକ୍ରି କରାଯିବା ଦ୍ୱାରା ଉପଭୋକ୍ତାମାନେ ବିଶେଷ ଲାଭବାନ ହୋଇପାରିବେ। ଗତ ୧ ମାସ ହେବ ଦେଶର ବିଭିନ୍ନସ୍ଥାନରେ ଟମାଟୋର ଖୁଚୁରାମୂଲ୍ୟ ବୃଦ୍ଧି ପାଇଥିଲା । ଓଡ଼ିଶାରେ ମଧ୍ୟ ଉଚ୍ଚା ଦରରେ ବିକ୍ରି ହେଉଛି ଟମାଟୋ । ଏପରିକି ଶହେ ଟଙ୍କା ଉପରେ ବିକ୍ରି କରାଯାଉଥିଲା ଭୁବନେଶ୍ବରରେ ।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Next Post