ନୂଆ ଓଡ଼ିଶା ବିଶ୍ବ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ ଆରମ୍ଭ

ବର୍ତ୍ତମାନ ସମୟରେ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି । ତେଣୁ ଏହା ସହିତ ତାଳ ଦେଇ ଆମକୁ ଆମର ସାମାଜିକ ଓ ଅର୍ଥନୈତିକ ଧାରାକୁ ସମୃଦ୍ଧ କରିବାକୁ ହେବ । ଭବିଷ୍ୟତ ଲାଗି ଆମ ଯୁବପିଢ଼ିକୁ ପ୍ରସ୍ତୁତ କରିବାକୁ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱରଠାରେ ଆୟୋଜିତ ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’କୁ ସମ୍ବୋଧିତ କରି ସେ କହିଛନ୍ତି ଯେ ଏଭଳି ପଦକ୍ଷେପ ରାଜ୍ୟର ଦୀର୍ଘସ୍ଥାୟୀ ବିକାଶ ତଥା ଭବିଷ୍ୟତ ଲାଗି ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ଲାଗି ଏକ ମାର୍ଗଦର୍ଶନ ହେବ। ଏହି ସମ୍ମିଳନୀ ଆମକୁ ରାଜ୍ୟର ଦ୍ରୁତ ଅଭିବୃଦ୍ଧି, ଭବିଷ୍ୟତ ଲାଗି ଦକ୍ଷ ମାନବ ସମ୍ବଳ ପ୍ରସ୍ତୁତି ଏବଂ ଯୁବପିଢ଼ିଙ୍କ ଲାଗି ନୂତନ ଓ ବ୍ୟାପକ ନିଯୁକ୍ତି ସମ୍ଭାବନା ସୃଷ୍ଟି କରିବା ଦିଗରେ ବିଶେଷ ସହାୟକ ହେବ।