ଆମେରିକାର ଫେଡେରାଲ୍ ରିଜର୍ଭ ସୁଧ ହ୍ରାସ ସଙ୍କେତ ଦେବା ପରେ ଭାରତୀୟ ଷ୍ଟକ୍ ବଜାରରେ ଆଜି ଉତ୍ସାହଜନକ କାରବାର ହୋଇଛି। ବମ୍ବେ ଷ୍ଟକ୍ ବଜାର ସେନ୍ସେକ୍ସ ଗୁରୁବାର ୫୪୦ ପଏଣ୍ଟ ବୃଦ୍ଧି ପାଇ ୭୨,୬୪୧ ପଏଣ୍ଟରେ ବନ୍ଦ ହୋଇଛି। ସେହିପରି ନ୍ୟାସନାଲ୍ ଷ୍ଟକ୍ ଏକ୍ସଚେଞ୍ଜ ନିଫ୍ଟି ୧୭୨ ପଏଣ୍ଟ ବୃଦ୍ଧି ପାଇ ୨୨,୦୧୧ ପଏଣ୍ଟରେ ବନ୍ଦ ହୋଇଛି। ସେନ୍ସେକ୍ସରେ ଘଟିଥିବା ବୃଦ୍ଧି ପ୍ରଭାବରେ ନିବେଶକମାନଙ୍କ ସମ୍ପତ୍ତି ୫ ଲକ୍ଷ କୋଟି ଟଙ୍କାର ବୃଦ୍ଧି ଘଟିଛି।ପୂର୍ବ ଚାରିଟି କାରବାର ଦିନରେ ନିବେଶକଙ୍କ ଯେଉଁ କ୍ଷତି ହୋଇଥିଲା, ଗୁରୁବାର ଗୋଟିଏ ଦିନରେ ତାହା ଭରଣା ହୋଇଛି। ଆଜି ଜାପାନ, ଦକ୍ଷିଣ କୋରିଆ ଓ ହଂକଂଙ୍କ ସେୟାର ବଜାର ମଧ୍ୟ ବଢ଼ିଛି।
Trending
- ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୧୦ ତମ ଜନ୍ମ ଜୟନ୍ତୀ ପାଳିତ
- ରାଜ୍ୟପାଳ ପଦରୁ ଇସ୍ତଫା ଦେଲେ ସିଭି ଆନନ୍ଦ ବୋଷ
- ଦିଲ୍ଲୀ ଏମ୍ସ ସ୍ଥାନାନ୍ତର ହେଲେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ
- ଖାମନେଇଙ୍କ ମୃତ୍ୟୁରେ ଭାରତର ଶୋକ
- ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିଛନ୍ତି ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
Prev Post
Next Post