ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜି ବଜାରରେ ଉତ୍ସାହ ଦେଖାଦେଇଛି। ଏପରିକି ଚଳିତ ସପ୍ତାହର ଶେଷଦିନର ଫଳାଫଳ ଅନୁଯାୟୀ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିବେଶକ ୭.୦୭ ଲକ୍ଷ କୋଟି ଟଙ୍କା ପୁଞ୍ଜି ବଜାରରେ ଯୋଡିଛନ୍ତି। ପୂର୍ବ କାର୍ଯ୍ୟଦିବସର କାରବାର ଶେଷ ସୁଦ୍ଧା ବଜାର ପୁଞ୍ଜି ମୋଟ ୪୪୯.୮୨ ଲକ୍ଷ କୋଟି ଥିଲାବେଳେ ଶୁକ୍ରବାର ବଜାର କାରବାର ଶେଷ ସୁଦ୍ଧା ପୁଞ୍ଜିବଜାରର ପରିମାଣ ୪୫୬.୯୦ ଲକ୍ଷ କୋଟିରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ଶୁକ୍ରବାର ଶେୟାର ବଜାର କାରବାର ଶେଷ ସୁଦ୍ଧା ବିଏସ୍ଇ ସେନ୍ସେକ୍ସ ୧୨୯୩ (୧୨୯୨.୯୨) ପଏଣ୍ଟ ବଢି ୮୧,୩୩୩ ( ୮୧,୩୩୨.୭୨) ଅଙ୍କରେ କାରବାର ଶେଷ କରିଥିଲାବେଳେ ଏନ୍ଏସ୍ଇ ନିଫ୍ଟି-୫୦ ରେ ମଧ୍ୟ ୪୨୯ (୪୨୮.୭୫) ପଏଣ୍ଟ ବୃଦ୍ଧି ଘଟି ୨୪,୮୩୫ (୨୪, ୮୩୪.୮୫) ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡ୍କ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Trending
- ସମ୍ଭାବ୍ୟ ବାତ୍ୟାକୁ ନେଇ ସରକାର ତତ୍ପର – ସୁରେଶ ପୂଜାରୀ
- ଓଡ଼ିଶାର ସର୍ବବୃହତ ପ୍ରେକ୍ଷାଳୟ ‘କଳାମଣ୍ଡଳ’ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ
- “ଯେତେବେଳେ ମୋବାଇଲ୍ ଫୋନ୍ ଥାଏ, ବିହାରକୁ ଲଣ୍ଠନର ଆବଶ୍ୟକତା ନାହିଁ – ପ୍ରଧାନମନ୍ତ୍ରୀ ମୋଦୀ
- ଗିରଫ ବିକ୍ରମ ପଣ୍ଡାଙ୍କ ପାଇଁ କୋର୍ଟରେ ୪୪ ଜଣ ଓକିଲ ଲଢ଼ିବେ
- ନୂଆପଡା ଲଢେଇରେ କେଉଁ ପ୍ରାର୍ଥୀ ଆଗରେ ?
- ନୂଆପଡା ଜିଲ୍ଲାର ସାମଗ୍ରିକ ବିକାଶ ପାଇଁ ଲୋକପ୍ରିୟ ମୁଖ୍ୟମନ୍ତ୍ରୀଙ୍କ ପ୍ରତିବଦ୍ଧତା ଆମ ସମସ୍ତଙ୍କୁ ପ୍ରଭାବିତ କରିଛି
- ରାଜ୍ୟର ଶାସନ ବ୍ୟବସ୍ଥା ଭୁଶୁଡ଼ି ପଡ଼ିଥିବା ବେଳେ ବିଜେପି ଆକ୍ରୋଶମୂଳକ ରାଜନୀତି ଆରମ୍ଭ କରିଛି: ବିଜେଡି
- ରାଜ୍ୟରେ ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା
- ବସରେ ଲାଗିଲା ନିଆଁ , ୧୧ ମୃତ ୧୨ ଆହତ
- ବେଦାନ୍ତ ପକ୍ଷରୁ ଓଡିଶାରେ ପ୍ରାୟ ୧ ଲକ୍ଷ କୋଟି ଟଙ୍କାର ହେବ ପୁଞ୍ଜି ନିବେଶ- ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
Prev Post
Next Post