ଅନ୍ତଃରାଷ୍ଟ୍ରୀୟ ସମସ୍ୟା ମଧ୍ୟରେ ଭାରତୀୟ ଷ୍ଟକ୍ ମାକେର୍ଟ ପ୍ରଥମ ଥର ପାଇଁ ଏକ ନୂଆ ମାଇଲଖୁଣ୍ଟ ସହ ଐତିହାସିକ ରେକର୍ଡ ସ୍ଥାପନ କରିଛି। ଏପରିକି ଘରୋଇ ଶେୟାର ବଜାର କାରବାର ବୁଧବାର ସର୍ବୋଚ୍ଚ ସ୍ତରରେ ପହଞ୍ଚତ୍ଛି।
ଉଲ୍ଲେଖଯୋଗ୍ୟ, ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର କାରବାର ବୁଧବାର ପ୍ରଥମ ଥର ପାଇଁ ଘରୋଇ ଶେୟାର ବଜାରରେ ନୂଆ କୀର୍ତ୍ତିମାନ ହାସଲ କରିଛି। ଚଳିତ ସପ୍ତାହର ତୃତୀୟ କାର୍ଯ୍ୟ ଦିବସ ରେ ୩୦ ଶେୟାର ବିଶିଷ୍ଟ ବିଏସ୍ଇ ସେନ୍ସକ୍ସ ୦.୩୦% କାରବାର ସହିତ ୮୫,୧୭୦ ଅଙ୍କରେ ରହିଥିଲାବେଳେ ଏନ୍ଏସ୍ଇ ନିଫ୍ଟି ୦.୨୫% କାରବାର ସହ ୨୬,୦୦୪ ଅଙ୍କରେ କାରବାର ବନ୍ଦ କରିଥିଲା।
ଅପରପକ୍ଷରେ ବୁଧବାର ପ୍ରାରମ୍ଭରୁ ଉଭୟ ବିଏସ୍ଇ ଏବଂ ଏନ୍ଏସ୍ଇର କାରବାର ସବୁଜ ରଙ୍ଗରୁ ଆରମ୍ଭ ହୋଇ ସେହି ସବୁଜ ରଙ୍ଗରେ କାରବାର ବନ୍ଦ ହୋଇଥିଲା। ଏପରିକି କାରବାର ପ୍ରାରମ୍ଭରେ ସେନ୍ସେକ୍ସ ପ୍ରାୟ ୩୩୩ ପଏଣ୍ଟ (୩୩୩.୩୮) ବା ୦.୩୯% ବୃଦ୍ଧି ଘଟି ୮୫,୨୪୭.୪୨ ଅଙ୍କରେ ପହଞ୍ଚତ୍ ଯାଇଥିଲାବେଳେ ନିଫ୍ଟିର କାରବାର ୯୨.୪ ପଏଣ୍ଟ ବା ୦.୩୫% ବୃଦ୍ଧି ହୋଇ ୨୬,୦୩୨.୮୦ ଅଙ୍କ ଛୁଇଁଥିଲା।
Trending
- ବାତ୍ୟା ଅର୍ଣ୍ଣବ ପ୍ରଭାବରେ ଭୁଶୁଡିଲା ୮୦ଫୁଟର ତୋରଣ
- ରାଜ୍ୟରେ ସମ୍ଭାବ୍ୟ ବନ୍ୟା ସ୍ଥିତି ନେଇ ସତର୍କ କରିଛି କେନ୍ଦ୍ରୀୟ ଜଳ ଆୟୋଗ
- ନାବାଳିକା ଛାତ୍ରୀଙ୍କ ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆଶାରାମଙ୍କ ପାରୋଲ ଅବଧି ଶେଷ
- ନଭେମ୍ବର 18 ରୁ ଆରମ୍ଭ ବିଧାନସଭାର 17 ତମ ଅଧିବେଶନ
- ଦୀପାବଳି ପୂର୍ବରୁ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର,୩% ବଢ଼ିଲା ମହଙ୍ଗା ଭତ୍ତା
- ଉପକୂଳ ଅତିକ୍ରମ କଲା ଭୀଷଣ ବାତ୍ୟା ‘ଅର୍ଣ୍ଣବ’, ସ୍ଥଳଭାଗ ଛୁଇଁବା ପ୍ରକ୍ରିୟା ଶେଷ
- ୧୦୦ ପ୍ରତିଶତ ଇଥାନଲ ଯୁକ୍ତ ଇନ୍ଧନ ତଥା ଇ-୧୦୦କୁ କେନ୍ଦ୍ରର ମଞ୍ଜୁରୀ
- ୩ ଅଭିଯୁକ୍ତକୁ ଦେହରୁ ସାର୍ଟ ଖୋଲି ରାଜରାସ୍ତାରେ, ସମସ୍ତଙ୍କ ଆଗରେ ବୁଲାଇ ଗିରଫ କଲା ପୋଲିସ
- ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଗୁଜରାଟର ଏକତା ନଗରକୁ ଏକ ସ୍ୱତନ୍ତ୍ର ଟ୍ରେନ୍ ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
- ଧାର୍ଯ୍ୟ ସମୟର ୩ରୁ ୪ ଘଣ୍ଟା ପୂର୍ବରୁ ହେବ ବାତ୍ୟା ଅର୍ଣ୍ଣବର ଲ୍ୟାଣ୍ଡଫଲ,ରାତି ୨ ରୁ ଭୋର ୪ ଭିତରେ ହେବ ଲ୍ୟାଣ୍ଡଫଲ
Next Post