ଶେୟାର ବଜାରର ନିବେଶକ ଓ ପୁଞ୍ଜିବଜାର କାରବାରରେ ଅଭିବୃଦ୍ଧି ହୋଇଛି। ଏପରିକି ଚଳିତ ସପ୍ତାହର ଶେଷ ଦିନର ଫଳାଫଳ ଅନୁଯାୟୀ ଉଭୟ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ) ଏବଂ ନ୍ୟାଶନାଲ ଷ୍ଟକ୍ ଏକ୍ସଚେଞ୍ଜ (ଏନ୍ଏସ୍ଇ)ର ନିବେଶକ ପ୍ରାୟ ୧.୨ଲକ୍ଷ କୋଟି ଟଙ୍କା ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ପୂର୍ବଦିବସର କାର୍ଯ୍ୟ ଶେଷ ସୁଦ୍ଧା ବଜାର ପୁଞ୍ଜି ମୋଟ ୪୫୧.୨ ଲକ୍ଷ କୋଟି ଥିଲାବେଳେ ଶୁକ୍ରବାର ବଜାର କାରବାର ଶେଷ ସୁଦ୍ଧା ପୁଞ୍ଜିବଜାରର ପରିମାଣ ୪୫୨.୪ ଲକ୍ଷ କୋଟିରେ ପହଞ୍ଚତ୍ଛି।ଉଲ୍ଲେଖଯୋଗ୍ୟ, ଶୁକ୍ରବାର ଶେୟାର ବଜାର କାରବାର ଶେଷ ସୁଦ୍ଧା ବିଏସ୍ଇ ସେନ୍ସେକ୍ସ ୬୨୨.୦୦ ପଏଣ୍ଟ ବଢ଼ି ୮୦,୫୧୯.୩୪ ଅଙ୍କରେ କାରବାର ଶେଷ କରିଥିଲାବେଳେ ଏନ୍ଏସ୍ଇ ନିଫ୍ଟି-୫୦ରେ ମଧ୍ୟ ୧୮୬.୨୦ ପଏଣ୍ଟ ବୃଦ୍ଧି ଘଟି ୨୪,୫୦୨.୧୫ ଅଙ୍କରେ କାରବାର ବନ୍ଦ ହୋଇଥିଲା। ଅପରପକ୍ଷରେ ବିଏସ୍ଇ ସେନ୍ସେକ୍ସର ମିଡକ୍ୟାପ୍ ଓ ସ୍ମଲକ୍ୟାପ୍ ଶେୟାରଗୁଡିକର ଇଣ୍ଡେକ୍ସ ସହିତ ଏନ୍ଏସ୍ଇ ନିଫ୍ଟି ମିଡକ୍ୟାପ, ସ୍ମଲକ୍ୟାପ ଏବଂ ବ୍ୟାଙ୍କ ଶେୟାରଗୁଡିକର କାରବାରରେ ମଧ୍ୟ ପରିବର୍ତ୍ତନ ହୋଇଛି।
Trending
- ରାଜ୍ୟସଭା ପାଇଁ ଆଜି ନାମାଙ୍କନ ଭରିଛନ୍ତି ସଂତୃପ୍ତ ମିଶ୍ର ଏବଂ ଡକ୍ଟର ଦତ୍ତେଶ୍ଵର ହୋତା
- ସ୍ପେଶାଲ ଓଟିଇଟି ପ୍ରଶ୍ନପତ୍ର ଲିକ୍ ମାମଲାରେ ଗିରଫ ହୋଇଥିବା ସମସ୍ତ ଅଭିଯୁକ୍ତଙ୍କର ଜାମିନ ମଞ୍ଜୁର କଲେ ହାଇକୋର୍ଟ
- ବିହାର ରାଜନୀତିରେ ଏକ ବଡ଼ ପରିବର୍ତ୍ତନ ,ମୁଖ୍ୟମନ୍ତ୍ରୀ ପଦ ଛାଡ଼ିବେ ନୀତୀଶ କୁମାର
- ସ୍ୱଦେଶୀ ଜ୍ଞାନକୌଶଳରେ ଆତ୍ମଘାତୀ ଡ୍ରୋନ ନିର୍ମାଣ କଲା ଭାରତ ,
- ହୋଲିରେ ଅଘଟଣ, ଗାଧୋଇବାକୁ ଯାଇ ବୁଡିଗଲେ ୪ ଯୁବକ
- ଆଜି ରଙ୍ଗର ପର୍ବ ହୋଲି
- ଆଗାମୀ ରାଜ୍ୟସଭା ଦ୍ୱିବାର୍ଷିକ ନିର୍ବାଚନ ପାଇଁ ବିଜେପି ପକ୍ଷରୁ ବିହାର ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା,ନିତିନ ନବୀନ ଏବଂ ଶିବେଶ କୁମାରଙ୍କ ନାମରେ ମୋହର
- ବିଦେଶରେ ଫସିଥିବା ଓଡ଼ିଆମାନଙ୍କ ସୁରକ୍ଷା ଏବଂ ସହାୟତା ପାଇଁ ଜାରି ହାଲା ଜରୁରୀକାଳୀନ ନମ୍ବର
- ଶ୍ରୀକ୍ଷେତ୍ରରେ ଦୋଳବେଦୀରେ ମହାପ୍ରଭୁଙ୍କ ଦର୍ଶନ ବେଳେ ଦଳାଚକଟା ସ୍ଥିତି
- ଆଜି ଲାଗୁଛି ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ,ଅପରାହ୍ଣ ୩ଟା ୨୦ରେ ହେବ ଗ୍ରହଣ ସ୍ପର୍ଶ
Prev Post
Next Post