କ୍ରମାଗତ ୩ୟ ଦିନ ଲାଗି ଘରୋଇ ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ଚଳିତ ସପ୍ତାହର ଶେଷ କାର୍ଯ୍ୟଦିବସର ଫଳାଫଳା ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି।ଫଳରେ ଶେୟାର ବଜାରର ନିବେଶକମାନେ ଆଶା ଆଶଙ୍କାରେ କାରବାର କରୁଛନ୍ତି। ଏପରିକି କ୍ରମାଗତ ୩ୟ ଦିନ ଲାଗି ଶେୟାର ବଜାର କାରବାରରେ ହ୍ରାସ ଘଟିଛି। ବିଶେଷକରି ସେନ୍ସେକ୍ସର କାରବାର ଲଗାତର ଭାବେ ହ୍ରାସ ପାଉଛି। ସୋମବାର ୨୪୨ ପଏଣ୍ଟ, ବୁଧବାର ୭୯୬ ପଏଣ୍ଟ ଏବଂ ଗୁରୁବାର ୫୭୦ରୁ ଅଧିକ ପଏଣ୍ଟ ହ୍ରାସ ଘଟିଥିଲାବେଳେ ଶୁକ୍ରବାର ସେନ୍ସେକ୍ସ ୨୨୧ ପଏଣ୍ଟ ସହ ପ୍ରାୟ ୪ଟି କାର୍ଯ୍ୟଦିବସରେ ୧୮୦୦ରୁ ଅଧିକ ପଏଣ୍ଟ ହ୍ରାସ ହୋଇଥିବାରୁ ନିବେଶକମାନେ ୫.୪ ଲକ୍ଷ କୋଟିରୁ ଅଧିକ ନିବେଶ ହରାଇଛନ୍ତି। ଅପରପକ୍ଷରେ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜ (ବିଏସ୍ଇ)ରେ ଚଳିତ ସପ୍ତାହର ବଜାର କାରବାର ଶେଷ ସୁଦ୍ଧା ମୋଟ ବଜାର ପୁଞ୍ଜି (ମାର୍କେଟ୍ କ୍ୟାପିଟାଲାଇଜେଶନ) ୩ ଲକ୍ଷ କୋଟି ଟଙ୍କାରୁ କମ୍ ହୋଇଛି ବୋଲି ବିଏସ୍ଇ ପକ୍ଷରୁ କୁହାଯାଇଛି। ଉଲ୍ଲେଖଯୋଗ୍ୟ, ଚଳିତ ମାସରେ ସେନ୍ସେକ୍ସ କ୍ରମାଗତ ଭାବେ ୧୧ ଦିନ ପର୍ଯ୍ୟନ୍ତ କାରବାର ବୃଦ୍ଧି ସହ ଏକ ଏତିହାସିକ ବା ୧୬ବର୍ଷ ତଳର ରେକର୍ଡ ଭଙ୍ଗ ହୋଇଥିଲା। ସେହିଭଳି ଅନ୍ତଃରାଷ୍ଟ୍ରୀୟ ବଜାରରେ ଅଶୋଧିତ ତୈଳ ଦର ମହଙ୍ଗା ହେବା ସହିତ ଡଲାର ତୁଳନାରେ ଟଙ୍କା ପରିମାଣ ଦୁର୍ବଳ ସ୍ଥିତି ଏବଂ କାନାଡା ସହିତ ଭାରତର କୂଟନୈତିକ ଉତ୍ତେଜନା ବଜାର କାରବାରେ ପ୍ରଭାବ ପକାଇବା ସହ ନିବେଶକମାନଙ୍କ ମନୋବଳକୁ ଦୁର୍ବଳ କରିଥିବା ବଜାର ବିଶେଷଜ୍ଞମାନେ ଆକଳନ କରିଛନ୍ତି।
Trending
- ‘ଆପଣଙ୍କ ପୁଞ୍ଜୀ ଆପଣଙ୍କ ଅଧିକାର’ ସଚେତନତା ଅଭିଯାନ ଗାନ୍ଧୀନଗରରୁ ଶୁଭାରମ୍ଭ, ଉଦ୍ଘାଟନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
- 7-15 ବର୍ଷ ବୟସର ପିଲାଙ୍କ ପାଇଁ ଆଧାର ବାୟୋମେଟ୍ରିକ୍ ସଂଶୋଧନ ଦେୟ ଛାଡ଼ କଲା ୟୁଆଇଡିଏଆଇ
- 6 ବର୍ଷରେ ପ୍ରାୟ 17 କୋଟି ନିଯୁକ୍ତି ସୃଷ୍ଟି କରିଛି ଭାରତ
- ରାଜ୍ୟର ଦଶହରା ଦୁର୍ଗାମେଢ଼ଙ୍କୁ ୭ କୋଟି ୧ ଲକ୍ଷ ୪୦ ହଜାର ଟଙ୍କା ଆର୍ଥିକ ଅନୁଦାନ ରାଶି ପ୍ରଦାନ କଲେ ରାଜ୍ୟ ସରକାର
- ନକ୍ସଲବାଦୀମାନେ ଏବେ ସେମାନଙ୍କର ଅସ୍ତ୍ରଶସ୍ତ୍ର ଆତ୍ମସମର୍ପଣ କରିବାକୁ ପଡିବ – ଅମିତ ଶାହ
- ଚୌଦ୍ବାର ଜେଲ୍ରୁ ଦୁଇ ହାର୍ଡକୋର କଏଦୀ ଫେରାର
- ପେଶାୱରରେ ବୋମା ବିସ୍ପୋରଣ, ୯ ମୃତ
- ଟିକସ ହସ୍ତାନ୍ତର ବାବଦରେ ଓଡିଶାକୁ ଆଗୁଆ ୪୬୦୧ କୋଟି
- ସ୍ୱଦେଶୀ ପ୍ଲାଟଫର୍ମ ଏବଂ ସେବା ବ୍ୟବହାର ଦିଗରେ କେନ୍ଦ୍ର ଆଇଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ଗୁରୁତ୍ୱପୂର୍ଣ୍ଣ ପ୍ରୟାସ
- ରାଜ୍ୟସ୍ତରୀୟ ଗାନ୍ଧୀ ଜୟନ୍ତୀ ପାଳିତ , ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ
Prev Post
Next Post