ଅନଲାଇନ୍ ଗେମିଂ ଉପରେ ୨୮ ପ୍ରତିଶତ ଜିଏସଟି ଲାଗୁ ହେବ

Online gaming earning concept with GST written placed over Ludo base.

ନୂଆଦିଲ୍ଲୀ: ଅନଲାଇନ୍ ଗେମିଂ, କ୍ୟାସିନୋ ଓ ଘୋଡ଼ାଚଢ଼ା ଭଳି କ୍ରୀଡ଼ା ଉପରେ ୨୮ ପ୍ରତିଶତ ଜିଏସଟି ଲାଗୁ ହେବ । ଜିଏସଟି ପରିଷଦର ୫୧ ତମ ବୈଠକ ପରେ କେନ୍ଦ୍ର ଅର୍ଥମନ୍ତ୍ରୀ ଗଣମାଧ୍ୟମକୁ ସମ୍ବୋଧିତ କରି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ଅନଲାଇନ୍ ଗେମିଂ ଉପରେ ୨୮ ପ୍ରତିଶତ ଜିଏସଟି ଅକ୍ଟୋବର ୧ରୁ ଲାଗୁ ହେବ । ଏହା କାର୍ଯ୍ୟକାରୀ ହେବାର ୬ ମାସ ପରେ ଏହାର ସମୀକ୍ଷା କରାଯିବ । ଦୀର୍ଘ ୩ ବର୍ଷର ଆଲୋଚନା ପରେ ୨୮ ପ୍ରତିଶତ ଟିକସ ଲାଗୁ କରିବାକୁ ନିଷ୍ପତ୍ତି ନିଆଯାଇଛି। ଜିଏସଟି କାଉନସିଲ ଅନଲାଇନ୍ ଗେମିଂ ଉପରେ ଟିକସ ଲଗାଇବା ପାଇଁ ଆବଶ୍ୟକ ସଂଶୋଧନ ଉପରେ ଆଲୋଚନା କରିଛି ।