ଓଡିଶାରେ ସୁନା ଖଣିର ସନ୍ଧାନ ମିଳିଛି। ବିଧାନସଭା ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ତୃତୀୟ ଦିନରେ ପ୍ରଶ୍ନକାଳ ସମୟରେ କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନରେ ଖଣି ମନ୍ତ୍ରୀ ବିଭୂତି ଜେନା ଉତ୍ତର ରଖି ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ଦେବଗଡ ଜିଲା ଆଡାସ-ରାମପାଲ୍ଲୀ ଅଞ୍ଚଳରେ ସୁନାପଥର ସନ୍ଧାନ ମିଳିଛି । ଜିଏସଆଇ ଦ୍ୱାରା ତମ୍ବାପଥର ଅନ୍ୱେଷଣ ବେଳେ ସୁନା ସନ୍ଧାନ ମିଳିଛି । ଏହି ଅଞ୍ଚଳରେ ସୁନା ଗଚ୍ଛିତ ଥିବା ଭୂତାତ୍ତ୍ୱିକ ଆକଳନରୁ ଜଣାପଡିଛି । ଏବେ ଏହି ଖଣିଜ ବ୍ଲକକୁ ନିଲାମ ପାଇଁ ପ୍ରସ୍ତୁତ କରାଯାଇଛି।
କେନ୍ଦୁଝରର ଗୋପୁର-ଗାଜିପୁର ଅଞ୍ଚଳରେ ମାଙ୍କଡ଼ଚୁଆଁ, ସଲେଇକଣା ଓ ଡ଼ିମିରିମୁଣ୍ଡା ଅଞ୍ଚଳରେ ସୁନା ଖଣି ପାଇଁ ଚିହ୍ନଟ। ମୟୁରଭଞ୍ଜର ଯଶିପୁର, ସୂରିଆଗୁଡା, ରୁଆଁସୀ, ଇଡେଲକୁଚା, ମାରେଡିହି ଓ ସୁଲେଇପାଟ ଏବଂ ବାଦାମପାହାଡ଼ ଅଞ୍ଚଳରେ ସୁନାଖଣିର ଅନ୍ବେଷଣ ଚାଲିଛି। ବାକି ସୁନ୍ଦରଗଡ଼, ନବରଙ୍ଗପୁର, ଅନୁଗୁଳ, କୋରାପୁଟ, ମାଲକାନଗିରି, ସମ୍ବଲପୁର, ବୌଦ୍ଧର କେତେକ ସ୍ଥାନରେ ସୁନା ଖଣି ଥିବାର ସୂଚନା ମିଳିଛି। ତାହାର ସବୁ ଯାଞ୍ଚ ଚାଲିଛି ବୋଲି ମନ୍ତ୍ରୀ କହିଛନ୍ତି।
Trending
- ବିହାର ବିଧାନସଭା ନିର୍ବାଚନ , ଦିନ ୧୦ଟା ସୁଦ୍ଧା ୧୩.୧୩% ମତଦାନ
- ଗ୍ରୀନ୍ ଇଣ୍ଡିଆ ଚିଟ୍ ଫଣ୍ଡ୍ ଠକେଇ ମାମଲାରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ବ୍ରହ୍ମପୁରରେ ଚଢ଼ାଉ କରିଛି
- ଗୁରୁବାର ପାଇଁ ମାଡ଼ ଖାଇଛି ଛାଡ଼ଖାଇ
- ଆଜି ବିହାରରେ ପ୍ରଥମ ପର୍ଯ୍ୟାୟ ମତଦାନ,୧୩୧୪ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା କରୁଛନ୍ତି ୩କୋଟି ୭୫ଲକ୍ଷ ଭୋଟର
- ବାଲିଯାତ୍ରା ଏକ ପର୍ବ ନୁହେଁ, ଏହା ଓଡ଼ିଶାର ଗୌରବମୟ ନୌବାଣିଜ୍ୟ ଐତିହ୍ୟ ଓ ସାଧବଙ୍କ ଦୁଃସାହସିକ ମନୋବଳର ପ୍ରତୀକ
- ବେଦାନ୍ତ ଆଲୁମିନିୟମ୍ ଝାରସୁଗୁଡାରେ ସାଇବର ସୁରକ୍ଷା ସଚେତନତା ଅଭିଯାନ – ଓଡିଶା ୨୦୨୫’ ଅଧିବେଶନର ଆୟୋଜିତ
- ଅଙ୍ଗନବାଡ଼ି ଚଣା ଓ ମୁଢ଼ି ଯୋଗାଣରେ ଅନିୟମିତତା ଅଭିଯୋଗ
- ଜାନୁଆରି ୧ ରେ ଆରମ୍ଭ ହେବ ଝାରସୁଗୁଡ଼ା ଜିଲ୍ଲା ମହୋତ୍ସବ ଦୁଲଦୁଲି
- ଆୟକର ଫାଙ୍କି ନେଇ ଉତ୍କଳ ବିଲ୍ଡର୍ସରେ ଚଢ଼ଉ
- ଆଜି କାର୍ତ୍ତିକପୂର୍ଣ୍ଣିମାରୁ ଆରମ୍ଭ ହେବ କଟକର ଐତିହାସିକ ବାଲିଯାତ୍ରା
Next Post