ସଂସଦର ବଜେଟ୍ ଅଧିବେଶନ ଜାନୁଆରି ୩୧ରୁ ଆରମ୍ଭ ହେବ ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି । ପ୍ରଥମ ଦିନରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ହେବ ଏବଂ ଫେବ୍ରୁଆରି ପହିଲାରେ ବଜେଟ୍ ଉପସ୍ଥାପନ ହେବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିବେ ।
ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଜାନୁଆରି ୩୧ରୁ ଫେବ୍ରୁଆରି ୧୩ ଏବଂ ଦ୍ବିତୀୟ ପର୍ଯ୍ୟାୟ ମାର୍ଚ୍ଚ ୧୦ରୁ ଏପ୍ରିଲ ୪ ପର୍ଯ୍ୟନ୍ତ ଚାଲିବ। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ଲୋକସଭାରେ ୨୦୨୦-୨୧ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ କରିବେ। ପ୍ରତିଥର ଭଳି ଏଥର ମଧ୍ୟ ଅର୍ଥମନ୍ତ୍ରୀ ଫେବ୍ରୁଆରି ପହିଲାରେ ସାଧାରଣ ବଜେଟ୍ ଉପସ୍ଥାପନ କରିବେ।