ଭୁବନେଶ୍ବର: ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ଅର୍ନ୍ତଜାତୀୟ ବିମାନ ବନ୍ଦରରୁ ସିଧାସଳଖ ଶ୍ରୀଲଙ୍କାର ରାଜଧାନୀ କଲମ୍ବୋକୁ ବିମାନ ଉଡ଼ିବ। ଶ୍ରୀଲଙ୍କା ଏୟାରଲାଇନ୍ସ ପକ୍ଷରୁ ଏହି ବିମାନ ସେବା ଯୋଗାଇ ଦିଆଯିବ। ଏନେଇ ଶ୍ରୀଲଙ୍କା ଏୟାରଲାଇନ୍ସର ଆଞ୍ଚଳିକ ମହାପ୍ରବନ୍ଧକ ଭି ରବୀନ୍ଦ୍ରନ୍ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ପର୍ଯ୍ୟଟନ କ୍ଷେତ୍ରରେ ଓଡ଼ିଶା ବହୁ ଆଗକୁ ବଢ଼ିଛି। ରାଜ୍ୟ ସରକାର ପର୍ଯ୍ୟଟନକୁ ନେଇ ବ୍ୟାପକ ପଦକ୍ଷେପ ଗ୍ରହଣ କରିଛନ୍ତି। ଓଡ଼ିଶାରେ ବହୁ ସଂଖ୍ୟାରେ ପର୍ଯ୍ୟଟନସ୍ଥଳୀ ରହିଛି। ବିଶେଷକରି ବୌଦ୍ଧ ପର୍ଯ୍ୟଟନ ଭରପୁର ରହିଥିବାରୁ କଲମ୍ବୋରୁ ସିଧାସଳଖ ବିମାନ ଚଳାଚଳ ଦ୍ବାରା ଓଡ଼ିଶା ଓ ଶ୍ରୀଲଙ୍କା ମଧ୍ୟରେ ସମ୍ପର୍କ ସୁଦୃଢ ହେବା ସହ ଉଭୟ ସ୍ଥାନର ପର୍ଯ୍ୟଟନ ଆହୁରି ବିକାଶ ହୋଇପାରିବ।
Trending
- ନୂଆପଡ଼ା ଉପ-ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଲା
- ସାରା ଦେଶରେ ପର୍ଯ୍ୟାୟକ୍ରମେ ଭୋଟର ତାଲିକାର ସ୍ୱତନ୍ତ୍ର ସଂଶୋଧନ (ଏସ୍ଆଇଆର୍) କରାଯିବ
- ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ତିନି ଗିରପ
- “ପଶ୍ଚିମବଙ୍ଗକୁ ଦୁଷ୍କର୍ମକାରୀ ଏବଂ ଅପରାଧୀଙ୍କ ପାଇଁ ଏକ ସୁରକ୍ଷିତ ଠିକଣା – ବିଜେପି
- ପୁଣି ଥରେ ଆଇସିୟୁରେ ଭର୍ତ୍ତି ହୋଇଛନ୍ତି ସଙ୍ଗୀତକାର ଅଭିଜିତ ମଜୁମଦାର
- ବିଜେପିରୁ ପ୍ରାର୍ଥୀ ହେବେ ଜୟ ଢ଼ୋଲକିଆ
- ବୃହତ୍ ମତ୍ସ୍ୟ ମାର୍କେଟର ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ
- ଜଳେଶ୍ୱରର ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଦୁର୍ଗାପୁରରେ ଗଣଦୁଷ୍କର୍ମ
- ରାଜ୍ୟ କ୍ୟାବିନେଟ୍ର ୨୮ତମ ବୈଠକ , ୧୫ଟି ପ୍ରସ୍ତାବ ଉପରେ ବାଜିଲା ମୋହର
- ଗଣତାନ୍ତ୍ରିକ ସମାଜରେ ଉଗ୍ରବାଦ, ଆତଙ୍କୀ କାର୍ଯ୍ୟକଳାପର କୌଣସି ସ୍ଥାନ ନାହିଁ